ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ମଣ୍ଡିରୁ ଧାନ ଉଠାଇବା ନେଇ ୧୧ ମିଲରଙ୍କୁ ନୋଟିସ ଜାରି

0

ଭୁବନେଶ୍ବର: ଅସାଧୁ ମିଲର ଓ ଅଯୋଗ୍ୟ ରାସନ କାର୍ଡଧାରୀଙ୍କୁ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ। ଯିଏ କୃଷକମାନଙ୍କୁ ହଇରାଣ କରିବ, ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଯେଉଁ ମିଲରମାନେ ଅଧିକ କଟନୀ ଛଟନୀ କରୁଛନ୍ତି, କଥା ମାନୁନାହାନ୍ତି, ସେମାନଙ୍କୁ କାରଣ ଦର୍ଶାଅ ନୋଟିସ କରାଯାଇଛି। ପୁରୁଣା ଢାଞ୍ଚା ଆଉ ଚଳିବ ନାହିଁ। ଏଥର ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାଇ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୧୧ଜଣ ମିଲରଙ୍କୁ କାରଣ ଦର୍ଶାଇ ନୋଟିସ ଜାରି କରାଯାଇଛି। ଗଞ୍ଜାମ ଜିଲାରେ ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ବ ଓ ଅବହେଳା କରାଯାଇଥିବାରୁ ଜିଲା ପ୍ରଶାସନ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଛତ୍ରପୁର ବ୍ଲକର ୪, ଗଞ୍ଜାମ ବ୍ଳକର ୪ ଓ ପୁରୁଷୋତ୍ତମପୁର ବ୍ଲକର ୩ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି।

ସୂଚନାଯୋଗ୍ୟ, ଗତ ୨୦ ତାରିଖରେ ଜିଲାପାଳ ବିଦ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଜିଲାର ସମସ୍ତ ଉପଜିଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଯୋଗାଣ ବିଭାଗ ଓ ସମବାୟ ବିଭାଗର ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ ହୋଇଥିଲା। ବୈଠକରେ ଚଳିତ ଖରିଫ ବର୍ଷ ୨୦୨୪-୨୫ ଧାନ କ୍ରୟ ସମ୍ବନ୍ଧୀୟ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା। ତେବେ ୧୧ଜଣ ମିଲର ଧାନ ଉଠାଇବାରେ ବିଳମ୍ବ ଓ ଅବହେଳା କରୁଥିବା ସମ୍ପର୍କିତ ତଥ୍ୟ ଜିଲା ପ୍ରଶାସନର ଦୃଷ୍ଟିକୁ ଆସିଥିଲା। ତେଣୁ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ମିଲରମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏପରିକି ତୁରନ୍ତ ମଣ୍ଡିରୁ ଧାନ ଉଠାଇବାକୁ ତାଗିଦ କରାଯାଇଛି। ଏଥିରେ ଖିଲାପ କଲେ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ମିଲରଙ୍କୁ ଜଣାଇ ଦିଆଯାଇଛି।

Leave A Reply

Your email address will not be published.