ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ମଣ୍ଡିରୁ ଧାନ ଉଠାଇବା ନେଇ ୧୧ ମିଲରଙ୍କୁ ନୋଟିସ ଜାରି

0

ଭୁବନେଶ୍ବର: ଅସାଧୁ ମିଲର ଓ ଅଯୋଗ୍ୟ ରାସନ କାର୍ଡଧାରୀଙ୍କୁ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ। ଯିଏ କୃଷକମାନଙ୍କୁ ହଇରାଣ କରିବ, ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଯେଉଁ ମିଲରମାନେ ଅଧିକ କଟନୀ ଛଟନୀ କରୁଛନ୍ତି, କଥା ମାନୁନାହାନ୍ତି, ସେମାନଙ୍କୁ କାରଣ ଦର୍ଶାଅ ନୋଟିସ କରାଯାଇଛି। ପୁରୁଣା ଢାଞ୍ଚା ଆଉ ଚଳିବ ନାହିଁ। ଏଥର ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାଇ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୧୧ଜଣ ମିଲରଙ୍କୁ କାରଣ ଦର୍ଶାଇ ନୋଟିସ ଜାରି କରାଯାଇଛି। ଗଞ୍ଜାମ ଜିଲାରେ ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ବ ଓ ଅବହେଳା କରାଯାଇଥିବାରୁ ଜିଲା ପ୍ରଶାସନ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଛତ୍ରପୁର ବ୍ଲକର ୪, ଗଞ୍ଜାମ ବ୍ଳକର ୪ ଓ ପୁରୁଷୋତ୍ତମପୁର ବ୍ଲକର ୩ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି।

ସୂଚନାଯୋଗ୍ୟ, ଗତ ୨୦ ତାରିଖରେ ଜିଲାପାଳ ବିଦ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଜିଲାର ସମସ୍ତ ଉପଜିଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଯୋଗାଣ ବିଭାଗ ଓ ସମବାୟ ବିଭାଗର ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ ହୋଇଥିଲା। ବୈଠକରେ ଚଳିତ ଖରିଫ ବର୍ଷ ୨୦୨୪-୨୫ ଧାନ କ୍ରୟ ସମ୍ବନ୍ଧୀୟ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା। ତେବେ ୧୧ଜଣ ମିଲର ଧାନ ଉଠାଇବାରେ ବିଳମ୍ବ ଓ ଅବହେଳା କରୁଥିବା ସମ୍ପର୍କିତ ତଥ୍ୟ ଜିଲା ପ୍ରଶାସନର ଦୃଷ୍ଟିକୁ ଆସିଥିଲା। ତେଣୁ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ମିଲରମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏପରିକି ତୁରନ୍ତ ମଣ୍ଡିରୁ ଧାନ ଉଠାଇବାକୁ ତାଗିଦ କରାଯାଇଛି। ଏଥିରେ ଖିଲାପ କଲେ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ମିଲରଙ୍କୁ ଜଣାଇ ଦିଆଯାଇଛି।

Leave A Reply

Your email address will not be published.