ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ରଞ୍ଜନା ଚୋପ୍ରା ଓ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର

0

ଭୁବନେଶ୍ବର: ଆଇଏଏସ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ୨ ଜଣ ଆଇଏଏସ୍‌ ଅଧିକାରୀଙ୍କୁ ପଦୋନ୍ନତି ମିଳିଛି। ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ହେମନ୍ତ ଶର୍ମା ଏବଂ ୧୯୯୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ରଞ୍ଜନା ଚୋପ୍ରାଙ୍କୁ ସରକାରଙ୍କ ପକ୍ଷରୁ ପଦୋନ୍ନତି ଦିଆଯାଇଛି। ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ରଞ୍ଜନା ଚୋପ୍ରାଙ୍କୁ ଉପରିସ୍ଥ ଗ୍ରେଡ୍‌କୁ ପଦୋନ୍ନତି ମିଳିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ପୂର୍ବରୁ ଇଡକୋର ଚେୟାରମ୍ୟାନ୍ ଥିଲେ ହେମନ୍ତ ଶର୍ମା। ମାତ୍ର ଗତବର୍ଷ ଜୁଲାଇ ମାସରେ ତାଙ୍କୁ ସେହି ପଦରୁ ହଟାଇଥିଲେ ରାଜ୍ୟ ସରକାର। ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କୁ ଏମ୍‌ଏସ୍‌ଏମ୍‌ଇ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିଲା। ଏଥିସହିତ ସେ ଇପିକଲ ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ।

ସେହିପରି ୧୯୯୪ ବ୍ୟାଚ୍ ଆଇଏଏସ୍‌ ଶ୍ରୀମତୀ ରଞ୍ଜନା ଚୋପ୍ରା ପୂର୍ବରୁ ରାଜ୍ୟ ଏମଏସଏମଇ ବିଭାଗର ପ୍ରମୁଖ ସଚିବ ତଥା ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଡିଜି ଭାବେ କାର୍ଯ୍ୟ କରିଛନ୍ତି। ଗତ ୨୦୨୨ରେ ଆଇଏଏସ୍ ରଞ୍ଜନା ଚୋପ୍ରାଙ୍କୁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ତଥା ଆର୍ଥିକ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଥିଲା।

Leave A Reply

Your email address will not be published.