ପ୍ରମୁଖ ଖବର

ମହାକୁମ୍ଭ ବୁଲାଇବାକୁ ନେଇ ପତ୍ନୀଙ୍କୁ ହତ୍ୟା କଲେ ସ୍ୱାମୀ
ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି
ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଗୁଣାବତ୍ତା ପରୀକ୍ଷାରେ ଫେଲ୍ ମାରିଲା ୮୪ଟି ମେଡିସିନ୍
ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ
ଆତିଶୀ ହେବେ ଦିଲ୍ଲୀ ବିଧାନସଭାର ପ୍ରଥମ ମହିଳା ବିରୋଧୀ ଦଳ ନେତା
ଢ଼େଙ୍କାନାଳ: ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା

ଗୋଳାବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

0

ମହାରାଷ୍ଟ୍ର: ମହାରାଷ୍ଟ୍ରର ଭଣ୍ଡାରାରେ ଏକ ଗୋଳାବାରୁଦ କାରଖାନାରେ ବଡ଼ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଆହୁରି ଅନେକ କର୍ମଚାରୀ ଆହତ ହୋଇଥିବା ପ୍ରାଥମିକ ସୂଚନା ରହିଛି। ଏହି ବିସ୍ଫୋରଣ କାରଖାନାର ଆରକେ ଶାଖା ସେକ୍ସନରେ ହୋଇଥିଲା।

ଆଜି ସକାଳ ପାଖାପାଖି ୧୦ଟା ୩୦ସମୟରେରେ ମହାରାଷ୍ଟ୍ରର ଭଣ୍ଡାରା ଜିଲ୍ଲାରେ ଥିବା ଏହି କାରାଖାନାରେ ବଡ଼ ଧରଣର ବିସ୍ଫୋରଣ ଘଟିଥିଲା। କାରଖାନାରେ ହୋଇଥିବା ବିସ୍ଫୋରଣ ଏତେ ଭୟାନକ ଥିଲା ଯେ, ଅସ୍ତ୍ରଶସ୍ତ୍ର ତିଆରି ପାଇଁ ବ୍ୟବହୃତ ଭାରୀ ସାମଗ୍ରୀର ଖଣ୍ଡଗୁଡ଼ିକ ଚାରିଆଡ଼େ ବିଛାଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ଏବଂ ଲୋକମାନେ ଏଣେତେଣେ ଦୌଡ଼ିବାକୁ ଲାଗିଲେ। ଘଟଣାସ୍ଥଳରେ ଭିଡ଼ ଜମା ହୋଇଛି। ପାଖାପାଖି ୧୩ ରୁ ୧୪ ଜଣ ଫସି ରହିଛନ୍ତି। ୫ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆମ୍ବୁଲାନ୍ସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ସାହାଯ୍ୟ କରୁଛି। ଜିଲ୍ଲା ପ୍ରଶାସନ ପ୍ରତିରକ୍ଷା ବାହିନୀ ସହିତ ସମନ୍ୱୟ ରଖି ରିଲିଫ କାର୍ଯ୍ୟରେ ସାମିଲ ହୋଇଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏନେଇ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ଉଲ୍ଲେଖ କରିଛନ୍ତି।

Leave A Reply

Your email address will not be published.