ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଗୋଳାବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

0

ମହାରାଷ୍ଟ୍ର: ମହାରାଷ୍ଟ୍ରର ଭଣ୍ଡାରାରେ ଏକ ଗୋଳାବାରୁଦ କାରଖାନାରେ ବଡ଼ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଆହୁରି ଅନେକ କର୍ମଚାରୀ ଆହତ ହୋଇଥିବା ପ୍ରାଥମିକ ସୂଚନା ରହିଛି। ଏହି ବିସ୍ଫୋରଣ କାରଖାନାର ଆରକେ ଶାଖା ସେକ୍ସନରେ ହୋଇଥିଲା।

ଆଜି ସକାଳ ପାଖାପାଖି ୧୦ଟା ୩୦ସମୟରେରେ ମହାରାଷ୍ଟ୍ରର ଭଣ୍ଡାରା ଜିଲ୍ଲାରେ ଥିବା ଏହି କାରାଖାନାରେ ବଡ଼ ଧରଣର ବିସ୍ଫୋରଣ ଘଟିଥିଲା। କାରଖାନାରେ ହୋଇଥିବା ବିସ୍ଫୋରଣ ଏତେ ଭୟାନକ ଥିଲା ଯେ, ଅସ୍ତ୍ରଶସ୍ତ୍ର ତିଆରି ପାଇଁ ବ୍ୟବହୃତ ଭାରୀ ସାମଗ୍ରୀର ଖଣ୍ଡଗୁଡ଼ିକ ଚାରିଆଡ଼େ ବିଛାଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ଏବଂ ଲୋକମାନେ ଏଣେତେଣେ ଦୌଡ଼ିବାକୁ ଲାଗିଲେ। ଘଟଣାସ୍ଥଳରେ ଭିଡ଼ ଜମା ହୋଇଛି। ପାଖାପାଖି ୧୩ ରୁ ୧୪ ଜଣ ଫସି ରହିଛନ୍ତି। ୫ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆମ୍ବୁଲାନ୍ସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ସାହାଯ୍ୟ କରୁଛି। ଜିଲ୍ଲା ପ୍ରଶାସନ ପ୍ରତିରକ୍ଷା ବାହିନୀ ସହିତ ସମନ୍ୱୟ ରଖି ରିଲିଫ କାର୍ଯ୍ୟରେ ସାମିଲ ହୋଇଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏନେଇ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ଉଲ୍ଲେଖ କରିଛନ୍ତି।

Leave A Reply

Your email address will not be published.