ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଚଳିତ ବର୍ଷ ୪୦ ହଜାର ନିଯୁକ୍ତି ଦେବେ ସରକାର

0

ଭୁବନେଶ୍ବର: ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ, ଅର୍ଥନୀତି ବିଶେଷଜ୍ଞ ଏବଂ ବୁଦ୍ଧିଜୀବିମାନେ ଅଂଶଗ୍ରହଣ କରି ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ନେଇ ନିଜ ନିଜର ମତ ଉପସ୍ଥାପନ କରିଛନ୍ତି। ବଜେଟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବେ। ବିଶେଷକରି ଆଇଟି, ପେଟ୍ରୋ କେମିକାଲ୍ସ, ଆଗ୍ରୋ ଇଣ୍ଡିଷ୍ଟ୍ରିକୁ ଗୁରୁତ୍ୱ ଦିଆଯିବ। ଓଡ଼ିଶାରେ କିପରି ଆମର ଜିଡିପି ବଢିବ ସେଥିପାଇଁ ଆମେ କୃଷି ଭିତ୍ତିକ ଶିଳ୍ପ ଉପରେ ଗୁରୁତ୍ୱ ଦେଉଛୁ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ବୈଠକ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଲୋକମାନଙ୍କ ମତାମତ ସଂଗ୍ରହ କରାଯାଉଛି ଏବଂ ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକ ମତାମତ ଦେଇ ପାରିବେ। ଆଗାମୀ ବଜେଟରେ ରାଜସ୍ୱ ବୃଦ୍ଧି, ଶିଳ୍ପ ପ୍ରତିଷ୍ଠା ଓ ପର୍ଯ୍ୟଟନ କ୍ଷେତ୍ରକୁ ଅଗ୍ରାଧିକାର ଦିଆଯିବାର ସମ୍ଭାବନା ରହିଛି। କୃଷି ଭିତ୍ତିକ ଶିଳ୍ପ ଓ ବିକଶିତ ଗାଁ ବିକଶିତ ଓଡିଶା ଭଳି ଯୋଜନା ଆରମ୍ଭ କରାଯିବ ବୋଲି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.