ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ମାହାଙ୍ଗା ଡବଲ୍ ମର୍ଡର ଘଟଣାରେ ବଢ଼ିଲା ପ୍ରତାପ ଜେନାଙ୍କ ଅଡୁଆ

0

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ବଢ଼ିଲା ଅଡୁଆ। ମାମଲାକୁ ପୁଣି ବିଚାର କରିବା ପାଇଁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। ଏଥିସହିତ ଏହି ଘଟଣାକୁ ନେଇ ରାଜ୍ୟସରକାରଙ୍କୁ ଜବାବା ତଲବ ମଧ୍ୟ କରିଛନ୍ତି ସର୍ବୋଚ୍ଚ କୋର୍ଟ। ୪ ସପ୍ତାହ ମଧ୍ୟରେ ରାଜ୍ୟ ସରକାର ଏହା ଉପରେ ଜବାବ ରଖନ୍ତୁ ବୋଲି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଯାହାକୁ ନେଇ ଏବେ ପୁଣି ପ୍ରତାପ ଜେନାଙ୍କ ଅଡୁଆ ବଢିଛି। ଏହାକୁ ନେଇ ରାଜ୍ୟ ସରକାର କି ଆଭିମୁଖ୍ୟ ଗ୍ରହଣ କରିବେ ତା ଉପରେ ଏବେ ନଜର ରହିଛି।

ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଜେଡି ବିଧାୟକ ପ୍ରତାପ ଜେନା ଅଭିଯୁକ୍ତ ଥିଲେ। ହାଇକୋର୍ଟରେ ଏହି ମାମଲାର ବିଚାର ଚାଲିଥିଲା ବେଳେ ପ୍ରତାପଙ୍କୁ କ୍ଲିନଚିଟ୍‌ ଦେଇଥିଲେ ଉଚ୍ଚ ନ୍ୟାୟଳୟ। ଯାହାକୁ ଚାଲେଞ୍ଜ କରି ମୃତ କୁଳମଣୀ ବରାଳଙ୍କ ପୁଅ ରଂଜିତ ବରାଳ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଆଉ ଏହାକୁ ନେଇ ପୁଣି ବିଚାର କରାଯିବ ବୋଲି କହିଛନ୍ତି ସୁପ୍ରିମକୋର୍ଟ।

ମାହାଙ୍ଗା ଡବଲ ମର୍ଡର ଘଟଣାରେ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାର ଅଭିଯୋଗକାରୀ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ୧୩ ଜଣଙ୍କ ନାଁରେ ଅଭିଯୋଗ କରିଥିଲେ। ୧୩ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣ ଗିରଫ ହୋଇଥିଲେ। ଏତଲା ଅନୁଯାୟୀ ୧୩ ତମ ଅଭିଯୁକ୍ତ ଥିଲେ ବିଧାୟକ ପ୍ରତାପ ଜେନା। ହେଲେ ପରବର୍ତ୍ତୀ ସମୟରେ ବିଧାୟକଙ୍କ ନାଁକୁ ଏଫ୍‌ଆଇଆର୍‌ରୁ ହଟାଇ ଦିଆଯାଇଥିଲା। ଏହା ବିରୋଧରେ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଅଭିଯୋଗକାରୀ ରମାକାନ୍ତ। ଏହି ମାମଲାର ଶୁଣାଣି କରି ମାମଲାର ପୁନଃ ତଦନ୍ତ କରି ସାନି ଚାର୍ଜସିଟ୍ କରିବାକୁ ମାହାଙ୍ଗା ଥାନା ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର ଜେଏମ୍‌ଏଫ୍‌ସି।

ସେହିବର୍ଷ ଅଗଷ୍ଟ ମାସରୁ ଏହି ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ୩ ମାସ ସମୟ ଗଡ଼ାଇ ଚାଲିଥିଲା ପୋଲିସ୍‌। ସେହିବର୍ଷ ନଭେମ୍ବର ୨୫ ତାରିଖ ସୁଦ୍ଧା ଚାର୍ଜସିଟ୍ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଡିସେମ୍ବର ୯ରେ ଡବଲ ମର୍ଡର ଘଟଣାର ଏତଲାକାରୀ ରମାକାନ୍ତ ବରାଳଙ୍କର ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଆଉ ପରେ ହାଇକୋର୍ଟ ପ୍ରତାପଙ୍କୁ କ୍ଲିନ୍ ଚିଟ୍ ପ୍ରଦାନ କରିଥିଲେ।

Leave A Reply

Your email address will not be published.