ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

କର୍ତ୍ତବ୍ୟ ପଥରେ ଉଡିଲା ତ୍ରିରଙ୍ଗା

0

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ରବିବାର ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଭାରତର ପରାକ୍ରମ ଦେଖିଛି ସାରା ବିଶ୍ୱ। ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଭାରତର ଐତିହ୍ୟ ସଂସ୍କୃତି ସହ ସେନାର ପରାକ୍ରମ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହୋଇଛି।

ଏହା ପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା ଏବଂ ୨୧ ତୋପ ସଲାମୀ ଦିଆଯାଇଥିଲା। ଏହି ମହାନ ପର୍ବରେ ମୁଖ୍ୟ ଅତିଥି ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋବୋ ସୁବିଆଣ୍ଟୋ ମଧ୍ୟ ଉପସ୍ଥିତ ଥିଲେ। ଏହି ପରେଡରେ ବ୍ରହ୍ମୋସ କ୍ଷେପଣାସ୍ତ୍ର, ପିନାକା ମଲ୍ଟି-ଲଞ୍ଚର ରକେଟ ସିଷ୍ଟମ, ଅଗ୍ନିବାଣ, ୧୨୨ ଏମଏମ ମଲ୍ଟିପଲ ବ୍ୟାରେଲ ରକେଟ ଲଞ୍ଚର, ଆକାଶ ଅସ୍ତ୍ରଶସ୍ତ୍ର ପ୍ରଣାଳୀ ପ୍ରଦର୍ଶିତ ହୋଇଥିଲା। ସେହିପରି ପ୍ରଥମ ଥର ପାଇଁ ପ୍ରଳୟ କ୍ଷେପଣାସ୍ତ୍ର ବି ପ୍ରଦର୍ଶିତ ହୋଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ଅବସରରେ ଭାରତୀୟ ବାୟୁସେନା କର୍ତ୍ତବ୍ୟ ପଥରେ ପୁଷ୍ପ ବର୍ଷା କରିଛନ୍ତି। ବାୟୁସେନା ଭାରତୀୟ ତ୍ରିରଙ୍ଗା ସହିତ ପୁଷ୍ପ ବର୍ଷା କରିଛନ୍ତି। ଏହା ସହ କର୍ତ୍ତବ୍ୟପଥରେ ବାଦ୍ୟଯନ୍ତ୍ର ସହିତ ସମଗ୍ର ଦେଶରୁ ୩୦୦ଜଣ ପ୍ରତିଭାବାନ କଳାକାର ସାମିଲ ହୋଇଛନ୍ତି।

Leave A Reply

Your email address will not be published.