ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ପ୍ୟାରେଡକୁ ଯିବା ବେଳେ ଭ୍ୟାନ ଓଲଟି ସ୍କୁଲ ଛାତ୍ର ମୃତ, ୨୩ ଆହତ

0

କଟକ: ସରଣ୍ଡା ଜୋନସ୍ତରୀୟ ସାଧାରଣତନ୍ତ୍ର ଦିବସର ପ୍ୟାରେଡରେ ଭାଗ ନେବା ପାଇଁ କଟକ ଜିଲ୍ଲା ମାଳବିହାରୀପୁର ହାଇସ୍କୁଲର ଛାତ୍ରଛାତ୍ରୀ ଯାଉଥିଲେ। ହେଲେ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବା ପୂର୍ବରୁ ପିକଅପ୍ ଭ୍ୟାନ୍ ପରେଡ ପଡିଆକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ବାଙ୍କୀ ଥାନା ସରଣ୍ଡା ବିଟହାଉସ ନିକଟ ମାଳବିହାରପୁର ଗାଁ ରାସ୍ତାରେ ଓଲଟି ପଡିଥିଲା। ଏହି ଦୁର୍ଘଟଣାରେ ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଛି ଓ ୨୩ଜଣ ଛାତ୍ରଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ଛାତ୍ର ସୌମ୍ୟ ରଞ୍ଜନ ବେହେରା। ୨୩ଜଣ ଆହତ ହୋଇ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ଜଣଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି।

ଏହି ଦୁଃଖଦ ଘଟଣାରେ କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉ ସାହେବ ସିନ୍ଧେ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ରେଡକ୍ରସ ପାଣ୍ଠିରୁ ମୃତ ଛାତ୍ରଙ୍କ ପରିବାର ପାଇଁ ୨୫ ହଜାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ସେହିପରି ମୃତ ଛାତ୍ରଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ଓ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ପ୍ରଧାନଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଡିଇଓ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟକୁ ଚିଠି ଲେଖିଛନ୍ତି। ଅନ୍ୟପଟେ ଏହି ଘଟଣାରେ ଏସ୍‌ପି କହିଛନ୍ତି, କାହିଁକି ଛାତ୍ରଛାତ୍ରୀ ମାନଙ୍କୁ ଅନ୍ୟ ସ୍କୁଲକୁ ପଠାଯାଉଥିଲା , ତାହାର ତଦନ୍ତ କରାଯିବ। ତଦନ୍ତ ଅନୁସାରେ ମାମଲା କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Leave A Reply

Your email address will not be published.