ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ପଦ୍ମ ସମ୍ମାନ ତାଲିକାରେ ସୋଆର ପୂର୍ବତନ କୁଳପତି

0

ଭୁବନେଶ୍ୱର: ବିଶିଷ୍ଟ ସ୍ନାୟୁ ଶଲ୍ୟ ବିଶେଷଜ୍ଞ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ଏବଂ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ ନିମନ୍ତେ ମନୋନୀତ କରାଯାଇଛି।

ଭୁବନେଶ୍ବର ଏମ୍ସର ପୂର୍ବତନ ନିର୍ଦ୍ଦେଶକ ରହିଥିବା ପ୍ରଫେସର ମହାପାତ୍ର ଷ୍ଟାନଫୋର୍ଡ଼ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ବିଶ୍ଵର ୨ ପ୍ରତିଶତ ଶ୍ରେଷ୍ଠ ବୈଜ୍ଞାନିକ ଙ୍କ ତାଲିକାରେ ୨୦୨୪ରେ ସ୍ଥାନିତ ହୋଇଥିଲେ। ଏହି ଘୋଷଣା ପରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ ) ମନୋଜରଞ୍ଜନ ନାୟକ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଏହା ବିଶ୍ଵବିଦ୍ୟାଳୟ ନିମନ୍ତେ ଗୌରବର ମୁହୂର୍ତ୍ତ ବୋଲି କହିଛନ୍ତି ।

Leave A Reply

Your email address will not be published.