ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ନନ୍ଦନକାନନରେ ଆଖି ବୁଜିଲା ସିଂହୀ ରେୱା

0

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହୀ ‘ରେଓ୍ବା’ର ମୃତ୍ୟୁ ଘଟିଛି। ଗତ ୨୫ ତାରିଖରେ ରେୱା ୩ୟ ଥର ମାଆ ହୋଇଥିଲା। ପ୍ରସବକାଳୀନ ଅସୁସ୍ଥତା ଯୋଗୁ ରେଓ୍ବାର ୮ ବର୍ଷ ବୟସରେ ମୃତ୍ୟୁ ହୋଇଛି। ତେବେ ରେଓ୍ବାର ମୃତ୍ୟୁ ପରେ ନନ୍ଦନକାନନରେ ଏବେ ସିଂହ ସଂଖ୍ୟା କମି ୨୩ରେ ପହଞ୍ଚିଛି। ମଧ୍ୟପ୍ରଦେଶରୁ ଏହି ଏସୀୟ ସିଂହୀ ରେୱା ଆସିଥିଲା। ୩ୟ ଥର ମାଆ ହେବା ସହ ୩ଟି ଛୁଆକୁ ଜନ୍ମ ଦେଇଥିଲା ରେୱା । ୨୦୨୦ ଡିସେମ୍ବରରେ ରେୱାକୁ ମଧ୍ୟପ୍ରଦେଶରୁ ନନ୍ଦନକାନନକୁ ଅଣାଯାଇଥିଲା।

ସୂଚନାଯୋଗ୍ୟ, ମଧ୍ୟପ୍ରଦେଶରୁ ଆସିଥିବା ଏସୀୟ ସିଂହୀ ରେଓ୍ବା ତା’ର ତୃତୀୟ ଗର୍ଭରୁ ନନ୍ଦନକାନନରେ ଶନିବାର ୩ ଛୁଆ ଜନ୍ମ ଦେଇଥିଲା। ସେ ରହୁଥିବା ଫିଡିଂ ଚାମ୍ବରରେ ସକାଳ ୯ଟା ୩୩ରେ ପ୍ରଥମ ଛୁଆ ଜନ୍ମ କରିଥିଲା। କିନ୍ତୁ, ଦୁର୍ଭାଗ୍ୟବଶତଃ ପ୍ରଥମ ଛୁଆଟି ମୃତଛୁଆ ଜନ୍ମ ହୋଇଥିଲା। ସାଢ଼େ୯ଟାରୁ ୩ଟା ୪୫, ପ୍ରାୟ ୬ ଘଣ୍ଟା ପର୍ଯ୍ୟନ୍ତ ରେଓ୍ବା ଆଉ ପ୍ରସବ କରିନଥିଲା। ଏହା ଜାଣିବା ପରେ ପରବର୍ତ୍ତୀ ପ୍ରସବ ପାଇଁ ରଓ୍ବୋକୁ ୩ଟା ୪୫ରେ ଅକ୍ସିଟୋସିନ ଦିଆଯାଉଥିଲା। ଏହାପରେ ୩ଟା ୫୮ରେ ଆଉ ଗୋଟିଏ ଛୁଆ ଜନ୍ମ କରିଥିଲା। ପରେ ପ୍ରାୟ ୨ଘଣ୍ଟା ପରେ ୫ଟା ୫୬ରେ ତୃତୀୟ ଛୁଆଟିକୁ ଜନ୍ମ ଦେଇଥିଲା।

Leave A Reply

Your email address will not be published.