ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଉଦ୍‌ଘାଟନ କଲେ ମୋଦୀ

0

ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ଉଦ୍‌ଘାାଟିତ ହୋଇଯାଇଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫। ଦେଶ ବିଦେଶର ହଜାର ହଜାର ଶିଳ୍ପପତିଙ୍କ ଉପସ୍ଥିତିରେ ଦୁଇ ଦିନିଆ ଶିଳ୍ପ ମହାକୁମ୍ଭକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ମୋଦିଙ୍କୁ ସ୍ୱାଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ନିବେଶକ, ପ୍ରତିନିଧି ଉପସ୍ଥିତ ଅଛନ୍ତି। କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଅନୀଲ ଅଗ୍ରୱାଲ, କରନ ଅଦାନୀ, ଦେବେଶ ଜୈନ, ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ବ୍ୟବସାୟୀ ଉପସ୍ଥିତ ଅଛନ୍ତି।

ଜନତା ମୈଦାନରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ଯୋଗ ଦେଇ ମୋଦୀ ନିଜ ଉଦ୍‌ବୋଧନରେ କହିଛନ୍ତି, ଚଳିତ ଜାନୁଆରୀରେ ଓଡ଼ିଶାକୁ ଏହା ମୋର ଦ୍ୱିତୀୟ ଗସ୍ତ। ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ ଓଡ଼ିଶାରେ ସବୁଠାରୁ ବଡ଼ ବ୍ୟାବସାୟିକ ସମ୍ମିଳନୀ। ବିକଶିତ ଭାରତ ନିର୍ମାଣରେ ପୂର୍ବ ଭାରତର ଯୋଗଦାନ ବହୁତ ରହିଛି।

ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି। ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

କନ୍‌କ୍ଲେଭରେ ୪ଟି ପ୍ଲେନାରି ଅଧିବେଶନ ଏବଂ ୧୬ଟି କ୍ଷେତ୍ରୀୟ ଅଧିବେଶନ ରହିବ। ସେମି କଣ୍ଡକ୍ଟର, ଗ୍ରୀନ୍‌ ଏନର୍ଜୀ, ପେଟ୍ରୋ କେମିକାଲ ଓ ଜାହାଜ ନିର୍ମାଣ ଉପରେ ଫୋକସ ଦିଆଯାଉଥିବା ମନ୍ତ୍ରୀ କହିଛନ୍ତି। ଭାଜପା ସରକାରରେ ଗତ ୭ ମାସରେ ୨ଲକ୍ଷ ୭୫ ହଜାର କୋଟିର ନିବେଶ ପାଇଁ ୧୫୯ଟି ଶିଳ୍ପ ସଂସ୍ଥାକୁ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ ମିଳିଛି। ଏଥିରେ ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.