ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

କେନ୍ଦୁଝରରେ ପ୍ରତିଷ୍ଠା ହେବ ନୂଆ ଷ୍ଟିଲ ପ୍ଲାଣ୍ଟ :ନବୀନ ଜିନ୍ଦଲ

0

ଜିନ୍ଦଲ ଷ୍ଟିଲ ଏଣ୍ଡ୍ ପାୱାର ଓଡ଼ିଶାରେ ଶିଳ୍ପ ଓ ସାମାଜିକ ବିକାଶ ପାଇଁ ଆହୁରି ୭୦ ହଜାର କୋଟି ଟଙ୍କା ନିବେଶ କରିବ

କେନ୍ଦୁଝର ଜିଲ୍ଲାରେ ଏକ ଇସ୍ପାତ କାରଖାନା ସ୍ଥାପନ ପାଇଁ ପ୍ରୟାସ

ଗତ ଦଶନ୍ଧି ମଧ୍ୟରେ ଓଡ଼ିଶାର ସାମାଜିକ ବିକାଶ କ୍ଷେତ୍ରରେ ₹ ୯୦୦ କୋଟି ନିବେଶ

ଭୁବନେଶ୍ୱର: ଭୁବନେଶ୍ବର: ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରେ ଜେଏସ୍‌ପିଏଲ୍‌ ଅଧ୍ୟକ୍ଷ ନବୀନ ଜିନ୍ଦଲ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବା ନେଇ ନବୀନ ସୂଚନା ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। କ୍ଷମତା ବୃଦ୍ଧି ପାଇଁ ୬ ବର୍ଷରେ ୭୦ ହଜାର କୋଟି ନିବେଶ ହେବ ବୋଲି ସେ କହିଛନ୍ତି। ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାର (ଜେଏସପି) ଆଗାମୀ ବର୍ଷରେ ଓଡ଼ିଶାରେ ଆହୁରି ₹୭୦,୦୦୦ କୋଟି ନିବେଶ କରିବାକୁ ଏକ ମହତ୍ୱାକାଂକ୍ଷୀ ଯୋଜନା ଘୋଷଣା କରିଛି, ଯାହା ରାଜ୍ୟର ଶିଳ୍ପ ଅଭିବୃଦ୍ଧି ଏବଂ ସାମୁଦାୟିକ ବିକାଶକୁ ଅଧିକ ସୁଦୃଢ଼ କରିବ ।

ଭୁବନେଶ୍ୱରରେ ଆୟୋଜିତ ଉତ୍କର୍ଷ ଓଡ଼ିଶା କନକ୍ଳେଭ୍ – ୨୦୨୫ କାର୍ଯ୍ୟକ୍ରମରେ ଯୋଗ ଦେଇ ଜିନ୍ଦଲ ଷ୍ଟିଲ ଏଣ୍ଡ୍ ପାୱାରର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ଆଜି ଏହି ଘୋଷଣା କରିଛନ୍ତି । ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୋଦି ଏହି କନକ୍ଳେଭକୁ ଉଦ୍ଘାଟନ କରିଥିଲେ।

ଓଡ଼ିଶାବାସୀଙ୍କ ବିକାଶ ସହ ଓଡ଼ିଶାକୁ ଶିଳ୍ପକ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ଆମର ଲକ୍ଷ୍ୟ। ଏହି ଅତିରିକ୍ତ ୭୦,୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ କେବଳ ଶିଳ୍ପ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବ ନାହିଁ ବରଂ ଓଡ଼ିଶାର ହଜାର ହଜାର ପରିବାରର ଜୀବନଧାରଣର ମାନରେ ଉନ୍ନତି ଆଣିବ ଏବଂ ଭାରତକୁ ଅଧିକ ଆତ୍ମନିର୍ଭରଶୀଳ କରିବ ବୋଲି ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାରର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ କହିଛନ୍ତି। ଏହା ବ୍ୟତୀତ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ କେନ୍ଦୁଝର ଜିଲ୍ଲାରେ ଏକ ଇସ୍ପାତ କାରଖାନା ସ୍ଥାପନ ପାଇଁ ଆମେ ପ୍ରୟାସ କରୁଛୁ ବୋଲି ଶ୍ରୀ ଜିନ୍ଦଲ କହିଥିଲେ । ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଭାରତର ଅର୍ଥନୈତିକ ଅଭିବୃଦ୍ଧିରେ ଓଡ଼ିଶାର ଗୁରୁତ୍ୱ ଉପରେ ଆଲୋକପାତ କରାଯିବା ସହ ନିରନ୍ତର ବିକାଶ ହାସଲ ପାଇଁ ସରକାରୀ ଓ ବେସରକାରୀ କ୍ଷେତ୍ର ମଧ୍ୟରେ ସହଯୋଗ ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।

ଜେଏସପି ପୂର୍ବରୁ ଅନୁଗୁଳରେ ଇସ୍ପାତ ଉତ୍ପାଦନ ପାଇଁ ଭାରତର ପ୍ରଥମ କୋଲ ଗ୍ୟାସିଫିକେସନ୍ ପ୍ଲାଣ୍ଟ ପରିଚାଳନା କରୁଛି, ଯାହା ପରିବେଶ ଅନୁକୂଳ ହେବ ସହିତ ଆମଦାନୀ ହେଉଥିବା କୋକିଂ କୋଲ ଉପରେ ନିର୍ଭରଶୀଳତା କମ୍ କରିପାରିଛି । ଅନୁଗୁଳ ଇସ୍ପାତ କାରଖାନାର କ୍ଷମତା ଚଳିତ ବର୍ଷ ଦ୍ୱିଗୁଣିତ ହୋଇ ବାର୍ଷିକ ୬ ନିୟୁତ ଟନରୁ ବାର୍ଷିକ ୧୨ ନିୟୁତ ହେବ ଏବଂ ୨୦୩୦ ସୁଦ୍ଧା ଏହା ବାର୍ଷିକ ୨୫.୨ ନିୟୁତ ଟନରେ ପହଞ୍ଚିବ, ଯାହା ବିଶ୍ୱର ସର୍ବବୃହତ ଇସ୍ପାତ କାରଖାନା ହେବ ।

କାରଖାନା ବ୍ୟତୀତ ଜେଏସପି ଓଡ଼ିଶାର ସାମାଜିକ ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ କରିଆସୁଛି। ଗତ ଏକ ଦଶନ୍ଧି ମଧ୍ୟରେ କମ୍ପାନୀ ସ୍ୱାସ୍ଥ୍ୟସେବା, ଶିକ୍ଷା, ଦକ୍ଷତା ବିକାଶ, ମହିଳା ସଶକ୍ତୀକରଣ, ଗ୍ରାମୀଣ ଜୀବିକା, କ୍ରୀଡ଼ା, କଳା ଏବଂ ସଂସ୍କୃତି କ୍ଷେତ୍ରରେ ବିଭିନ୍ନ ସାମାଜିକ ପଦକ୍ଷେପ ପାଇଁ ୯୦୦ କୋଟିରୁ ଅଧିକ ଟଙ୍କା ବିନିଯୋଗ କରିଛି । ଏହି କାର୍ଯ୍ୟକ୍ରମ ସାରା ରାଜ୍ୟରେ ବିଭିନ୍ନ ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଆଣିପାରିଛି ।

ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ଦୁଇ ଦିନିଆ ମେକ୍ ଇନ୍ ଓଡିଶା କନକ୍ଲେଭ୍। ନିବେଶ ପାଇଁ ଓଡ଼ିଶାରେ ଶିଳ୍ପହସ୍ତୀ, ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁସ, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି ଜନତା ମୈଦାନର ଶିଳ୍ପ ସମ୍ମିଳନୀରେ ସାମିଲ ହୋଇଛନ୍ତି। ଯାହାକୁ ଆଜି ଉଦଘାଟିତ କରିଛନ୍ତି ପ୍ରଧାମନ୍ତ୍ରୀ ମୋଦି। ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ଶିଳ୍ପପତି ନବୀନ ଜିନ୍ଦଲ, ଅନୀଲ ଅଗ୍ରଓ୍ବାଲ, ଶିଳ୍ପପତି କୁମାର ମଙ୍ଗଳମ ବିର୍ଲା, ସଜନ ଜିନ୍ଦଲ, କରଣ ଆଦାନୀ ସାମିଲ ଅଛନ୍ତି। ଯେଉଁଥିରେ ଶହେରୁ ଅଧିକ ଶିଳ୍ପପତିଙ୍କ ସହ ଏମଓୟୁ ସ୍ୱାକ୍ଷାର କରିବା ପାଇଁ ମେଗା ପ୍ଲାନ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର।

ଏହି କନ୍‌କ୍ଲେଭରେ ୪ଟି ପ୍ଲେନାରି ଅଧିବେଶନ ଏବଂ ୧୬ଟି କ୍ଷେତ୍ରୀୟ ଅଧିବେଶନ ରହିବ। ସେମି କଣ୍ଡକ୍ଟର, ଗ୍ରୀନ୍‌ ଏନର୍ଜୀ, ପେଟ୍ରୋ କେମିକାଲ ଓ ଜାହାଜ ନିର୍ମାଣ ଉପରେ ଫୋକସ ଦିଆଯାଉଥିବା ମନ୍ତ୍ରୀ କହିଛନ୍ତି। ଭାଜପା ସରକାରରେ ଗତ ୭ ମାସରେ ୨ଲକ୍ଷ ୭୫ ହଜାର କୋଟିର ନିବେଶ ପାଇଁ ୧୫୯ଟି ଶିଳ୍ପ ସଂସ୍ଥାକୁ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ ମିଳିଛି। ଏଥିରେ ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି।

Leave A Reply

Your email address will not be published.