ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ପୂର୍ବତନ ପୋଲିସ ଡିଜି ତଥା ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର। ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିବା ପରେ ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ ପାହ୍ୟା ପ୍ରଦାନ କରାଯାଇଛି। ପୂର୍ବତନ ପୁଲିସ ମହାନିର୍ଦେଶକ ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପଦେଷ୍ଟା ଭାବେ କାର୍ଯ୍ୟକରିବେ।

ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ହେବା ପରେ ପ୍ରକାଶ ମିଶ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି, ସେ କହିଛନ୍ତି ଯେ, ମତେ ଗୁରୁଦାୟିତ୍ୱ ମିଳିଛି। ମୁଁ ଏହାକୁ ସୁଚାରୁ ରୂପେ ତୁଲାଇବି। ଜନହିତରେ ଯାହା ହୋଇପାରିବ ମିଳିମିଶି କରିବୁ। ଲୋକଙ୍କ ସମସ୍ୟା କିପରି ଦୂର ହେବ ସେଥିପ୍ରତି ଧ୍ୟାନ ଦେବୁ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ୨୦୧୯ରେ ବିଜେପି ଦଳରୁ କଟକ ଲୋକସଭା ଆସନରୁ ସେ ନିର୍ବାଚନ ଲଢିଥିଲେ। ସେ ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ ପରିଚିତ। ପ୍ରକାଶ ମିଶ୍ର ପୂର୍ବତନ ସିଆରପିଏଫ ମହାନିର୍ଦ୍ଦେଶକ ଏନଡିଆରଏଫ ଡିଜି ଥିଲେ।

Leave A Reply

Your email address will not be published.