ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ପାଟଣାଗଡ଼ ପାର୍ସଲ ବୋମା ଘଟଣା ୪ ସପ୍ତାହ ମଧ୍ୟରେ ସାରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

0

ପାଟଣାଗଡ଼: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ବିଚାର ପ୍ରକ୍ରିୟା ବିଲମ୍ବ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଥିସହ ଚାରି ସପ୍ତାହ ମଧ୍ୟରେ ମାମଲା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ ହାଇକୋର୍ଟ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ଶୁଣାଣି ଶେଷ ପାଇଁ କହିଥିଲେ । ଆଉ ୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ ୪ ସପ୍ତାହରେ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ, ୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟିଥିଲା। ସୌମ୍ୟଶେଖର ସାହୁ ଓ ରିମା ସାହୁଙ୍କ ବାହାଘରର ଗିଫ୍ଟ ଖୋଲିବା ସମୟରେ ଏହି ବିସ୍ଫୋରଣ ହୋଇଥିଲା। ଯେଉଁଥିରେ ନବବିବାହିତ ସୌମ୍ୟଶେଖର ସାହୁ ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ନବବଧୂ ରିମା ସାହୁ ଗୁରୁତର ଆହତ ହୋଇ ଦୀର୍ଘଦିନ ଧରି ଚିକିତ୍ସିତ ହୋଇଥିଲେ।
ପୂର୍ବରୁ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଥିଲେ। ପୁଞ୍ଜିଲାଲ୍‌ ପିଏଚ୍‌ଡି ପାଇଁ ଥେସିସ୍‌ ପ୍ରଦାନ କରିବା, ସାମ୍ବାଦିକତା ଓ ଗଣଯୋଗାଯୋଗ ପାଇଁ ଚତୁର୍ଥ ସେମିଷ୍ଟାର ପରିକ୍ଷା ଦେବା ସହିତ ଶରୀର ଅସୁସ୍ଥ ଥିବା ଆଦି କାରଣ ଦର୍ଶାଇ ଜାମିନ ଆବେଦନ କରିଥିଲେ। ହେଲେ ହାଇକୋର୍ଟ ତାଙ୍କୁ ଜାମିନ ଦେଇ ନ ଥିଲେ।

ଏହି ମାମଲା ପାଟଣାଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟରେ ବିଚାରାଧୀନ ରହିଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଜାମିନ ଆବେଦନ କରାଯାଇଥିଲା। ପୁଞ୍ଜିଲାଲଙ୍କ ଆବେଦନକୁ ବିଚାର କରି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା। ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ରହିଆସୁଛନ୍ତି ।

Leave A Reply

Your email address will not be published.