ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

କାର୍ଯ୍ୟରେ ଅବହେଳା ପାଇଁ ଦେବଗଡ଼ ପୌରାଧ୍ୟକ୍ଷା ବହିଷ୍କୃତ

0

ଦେବଗଡ଼: ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଈଙ୍କୁ ବହିଷ୍କାର କଲେ ସରକାର। ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନିୟମିତତା ଅଭିଯୋଗ ଥିଲା । ଜିଲାପାଳଙ୍କ ତଦନ୍ତ ରିପୋର୍ଟ ଆଧାରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଶାନ୍ତିମଞ୍ଜରୀ ଦେଇ ଅଯୋଗ୍ୟ ଘୋଷିତ ହେବା ସହ ତାଙ୍କୁ ତତ୍କାଳ କାର୍ଯ୍ୟରୁ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟପାଳଙ୍କ ଆଦେଶ ଅନୁଯାୟୀ ଏକ ଚିଠି ଜାରି କରାଯାଇଛି।

କାର୍ଯ୍ୟରେ ଅବହେଳା ପାଇଁ ଅଧ୍ୟକ୍ଷ ପଦରୁ ବହିଷ୍କୃତ ହୋଇଛନ୍ତି। ଦେଓଗଡ଼ ଜିଲ୍ଲାପାଳଙ୍କ ତଦନ୍ତ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୂଚନା ଅନୁସାରେ ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀଙ୍କ ବିରୁଦ୍ଧରେ ବିଭିନ୍ନ ଅନିୟମିତତା ଅଭିଯୋଗ ରହିଥିଲା। ଅଭିଯୋଗ ଆଧାରରେ ରାଜ୍ୟ ସରକାର ଗତ ନଭେମ୍ବର ୧୧ ତାରିଖରେ ତାଙ୍କ ବିରୁଦ୍ଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବ ସେନେଇ ନୋଟିସ ଜାରି କରିଥିଲେ।

ସେହିପରି ପୌର ପରିଷଦ ଅଧ୍ୟକ୍ଷା ଜାଣିଶୁଣି ନୀତି ନିୟମ ଏବଂ ଆଇନ ଉଲ୍ଲଙ୍ଘନ କରିବା ସହ ଗାଇଡଲାଇନକୁ ଅମାନ୍ୟ କରିଥିବା ରାଜ୍ୟ ସରକାର ଜିଲ୍ଲାପାଳଙ୍କ ତଦନ୍ତ ରିପୋର୍ଟରୁ ଅନୁଭବ କରିଥିଲେ। ଫଳରେ ତାଙ୍କ ବିରୁଦ୍ଧରେ ଏଭଳି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ତାଙ୍କୁ ଅପସାରଣ କରାଯାଇଥିବା ଜଣାପଡ଼ିଛି।

Leave A Reply

Your email address will not be published.