ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର

ରାଜ୍ୟରେ ମହିଳାଙ୍କ ପାଇଁ ଇଣ୍ତଷ୍ଟ୍ରିଆଲ ପାର୍କ: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମର ଆଜି ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ମହିଳାଙ୍କ ପାଇଁ ଇଣ୍ଡଷ୍ଟ୍ରିଆଲ ପାର୍କ ହେବ। ଇପିକଲରେ ମହିଳା ନିବେଶକଙ୍କ ପାଇଁ ଖୋଲିବ ସ୍ବତନ୍ତ୍ର ସେଲ୍।

ଆଜି ଉତ୍କର୍ଷ ଓଡିଶା କନକ୍ଲେଭରେ ମହିଳା ନିବେଶକଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ରାଜ୍ୟ ତଥା ଦେଶର ସଫଳ ମହିଳା ବ୍ୟବସାୟୀଙ୍କ ସହ କଥା ହୋଇଛନ୍ତି। ଏଥିରେ ରୁଚି ଫୁଡ୍ ଲାଇନ୍, ମିଲ୍କ ମନ୍ତ୍ର, ଲୁମିନସ୍ ପାଓ୍ବାର , ଇନଡଲ୍ଜ ପ୍ରାଇଭେଟ୍ ଲିମିଟେଡ୍ ଭଳି ଓଡିଶା ଆଧାରିତ କମ୍ପାନୀର ମୁଖ୍ୟମାନେ ଯୋଗଦେଇଥିଲେ। ସମ୍ମିଳନୀର ପ୍ରଥମ ଦିନରେ ପ୍ରାୟ ୪ଲକ୍ଷ କୋଟିର ନିବେଶ ପ୍ରତିଶ୍ରୁତି ମିଳିଛି। ଏବେ ସୁଦ୍ଧା ବିଭିନ୍ନ ଶିଳ୍ପ ସଂସ୍ଥା ସହ ୫୪ଟି ଏମଓୟୁ ସ୍ଵାକ୍ଷରିତ କରିଛନ୍ତି ରାଜ୍ୟ ସରକାର।

ଗତକାଲି ପ୍ରଥମ ଦିନରେ ରାଜ୍ୟକୁ ୪ ଲକ୍ଷ କୋଟି ଟଙ୍କାର ନିବେଶ ଆସିଥିଲା ଏବଂ ୫୪ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା। ସେହିପରି ଆଜି ଦ୍ବିତୀୟ ଦିନର ପ୍ରଥମାର୍ଦ୍ଧରେ ୩୦ ଏମଓୟୁ ସ୍ୱାକ୍ଷରିତ ହେବ ଏବଂ ପ୍ରାୟ ୩ ଲକ୍ଷ କୋଟି ଟଙ୍କାର ନିବେଶ ଆସିବ ବୋଲି ଶିଳ୍ପ ସଚିବ ହେମନ୍ତ ଶର୍ମା ସୂଚନା ଦେଇଛନ୍ତି।

Leave A Reply

Your email address will not be published.