ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ରାଜ୍ୟରେ ମହିଳାଙ୍କ ପାଇଁ ଇଣ୍ତଷ୍ଟ୍ରିଆଲ ପାର୍କ: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମର ଆଜି ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ମହିଳାଙ୍କ ପାଇଁ ଇଣ୍ଡଷ୍ଟ୍ରିଆଲ ପାର୍କ ହେବ। ଇପିକଲରେ ମହିଳା ନିବେଶକଙ୍କ ପାଇଁ ଖୋଲିବ ସ୍ବତନ୍ତ୍ର ସେଲ୍।

ଆଜି ଉତ୍କର୍ଷ ଓଡିଶା କନକ୍ଲେଭରେ ମହିଳା ନିବେଶକଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ରାଜ୍ୟ ତଥା ଦେଶର ସଫଳ ମହିଳା ବ୍ୟବସାୟୀଙ୍କ ସହ କଥା ହୋଇଛନ୍ତି। ଏଥିରେ ରୁଚି ଫୁଡ୍ ଲାଇନ୍, ମିଲ୍କ ମନ୍ତ୍ର, ଲୁମିନସ୍ ପାଓ୍ବାର , ଇନଡଲ୍ଜ ପ୍ରାଇଭେଟ୍ ଲିମିଟେଡ୍ ଭଳି ଓଡିଶା ଆଧାରିତ କମ୍ପାନୀର ମୁଖ୍ୟମାନେ ଯୋଗଦେଇଥିଲେ। ସମ୍ମିଳନୀର ପ୍ରଥମ ଦିନରେ ପ୍ରାୟ ୪ଲକ୍ଷ କୋଟିର ନିବେଶ ପ୍ରତିଶ୍ରୁତି ମିଳିଛି। ଏବେ ସୁଦ୍ଧା ବିଭିନ୍ନ ଶିଳ୍ପ ସଂସ୍ଥା ସହ ୫୪ଟି ଏମଓୟୁ ସ୍ଵାକ୍ଷରିତ କରିଛନ୍ତି ରାଜ୍ୟ ସରକାର।

ଗତକାଲି ପ୍ରଥମ ଦିନରେ ରାଜ୍ୟକୁ ୪ ଲକ୍ଷ କୋଟି ଟଙ୍କାର ନିବେଶ ଆସିଥିଲା ଏବଂ ୫୪ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା। ସେହିପରି ଆଜି ଦ୍ବିତୀୟ ଦିନର ପ୍ରଥମାର୍ଦ୍ଧରେ ୩୦ ଏମଓୟୁ ସ୍ୱାକ୍ଷରିତ ହେବ ଏବଂ ପ୍ରାୟ ୩ ଲକ୍ଷ କୋଟି ଟଙ୍କାର ନିବେଶ ଆସିବ ବୋଲି ଶିଳ୍ପ ସଚିବ ହେମନ୍ତ ଶର୍ମା ସୂଚନା ଦେଇଛନ୍ତି।

Leave A Reply

Your email address will not be published.