ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ଛାତ୍ରଙ୍କୁ ସାପ କାମୁଡ଼ିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

0

ଭୁବନେଶ୍ବର: ଛାତ୍ରଙ୍କୁ ସାପ କାମୁଡ଼ିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ। ପୋପରଙ୍ଗା ସରକାରୀ ପ୍ରାଥମିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜୟଶ୍ରୀ ସାହୁଙ୍କୁ ନିଲମ୍ବନ କଲେ ବିଇଓ। ସେହିପରି କ୍ଲାସ୍ ଟିଚରଙ୍କୁ ବଦଳି କରାଯାଇଛି। ଗତ ସୋମବାର ଜଣେ ୪ର୍ଥ ଶ୍ରେଣୀ ଛାତ୍ରଙ୍କୁ ସ୍କୁଲ ପରିସରରେ ସାପ କାମୁଡ଼ିଥିଲା।
ସୂଚନା ଅନୁସାରେ, ଗତ ସୋମବାର ଦିନ ପୋପୋରଙ୍ଗା ପଂଚାୟତ ସରକାରୀ ବିଦ୍ୟାଳୟର ୪ର୍ଥ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟରେ ବିଷାକ୍ତ ନାଗ ସାପ କାମୁଡ଼ିଦେଇଥିଲା। ପାଠ ନଆସିବାରୁ ବିଦ୍ୟାଳୟର ଚାଉଳ ଘର ସଫା କରିବାକୁ କହିଥିଲେ ଶିକ୍ଷୟତ୍ରୀ। ଚାଉଳ ସଫା କରୁଥିବା ବେଳେ ସେଠାରେ ପିଲାଟିକୁ ସାପ କାମୁଡ଼ିଦେଇଥିଲା। ଏନେଇ ପରିବାର ଲୋକଙ୍କ ପକ୍ଷରୁ ଅଭିଯୋଗ ହୋଇଥିଲା। ଛାତ୍ର ଜଣକ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଏବେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।

ସେପଟେ ଏହାକୁ ବିରୋଧ କରି ଗତକାଲି ପୋପରଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ ଅଭିଭାବକ। ଘଟଣାସ୍ଥଳରେ ବ୍ଲକ ଶିକ୍ଷାଧିକାରୀ ପହଞ୍ଚି ବୁଝାସୁଝା କରିବା ସହ ଆବଶ୍ୟକ ପଦକ୍ଷେପ ନେବେ ବୋଲି ପ୍ରତିଶୃତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା l ଆଜି ଏ ଘଟଣାରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଜିଲ୍ଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

Leave A Reply

Your email address will not be published.