ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଛାତ୍ରଙ୍କୁ ସାପ କାମୁଡ଼ିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

0

ଭୁବନେଶ୍ବର: ଛାତ୍ରଙ୍କୁ ସାପ କାମୁଡ଼ିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ। ପୋପରଙ୍ଗା ସରକାରୀ ପ୍ରାଥମିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜୟଶ୍ରୀ ସାହୁଙ୍କୁ ନିଲମ୍ବନ କଲେ ବିଇଓ। ସେହିପରି କ୍ଲାସ୍ ଟିଚରଙ୍କୁ ବଦଳି କରାଯାଇଛି। ଗତ ସୋମବାର ଜଣେ ୪ର୍ଥ ଶ୍ରେଣୀ ଛାତ୍ରଙ୍କୁ ସ୍କୁଲ ପରିସରରେ ସାପ କାମୁଡ଼ିଥିଲା।
ସୂଚନା ଅନୁସାରେ, ଗତ ସୋମବାର ଦିନ ପୋପୋରଙ୍ଗା ପଂଚାୟତ ସରକାରୀ ବିଦ୍ୟାଳୟର ୪ର୍ଥ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟରେ ବିଷାକ୍ତ ନାଗ ସାପ କାମୁଡ଼ିଦେଇଥିଲା। ପାଠ ନଆସିବାରୁ ବିଦ୍ୟାଳୟର ଚାଉଳ ଘର ସଫା କରିବାକୁ କହିଥିଲେ ଶିକ୍ଷୟତ୍ରୀ। ଚାଉଳ ସଫା କରୁଥିବା ବେଳେ ସେଠାରେ ପିଲାଟିକୁ ସାପ କାମୁଡ଼ିଦେଇଥିଲା। ଏନେଇ ପରିବାର ଲୋକଙ୍କ ପକ୍ଷରୁ ଅଭିଯୋଗ ହୋଇଥିଲା। ଛାତ୍ର ଜଣକ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଏବେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।

ସେପଟେ ଏହାକୁ ବିରୋଧ କରି ଗତକାଲି ପୋପରଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ ଅଭିଭାବକ। ଘଟଣାସ୍ଥଳରେ ବ୍ଲକ ଶିକ୍ଷାଧିକାରୀ ପହଞ୍ଚି ବୁଝାସୁଝା କରିବା ସହ ଆବଶ୍ୟକ ପଦକ୍ଷେପ ନେବେ ବୋଲି ପ୍ରତିଶୃତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା l ଆଜି ଏ ଘଟଣାରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଜିଲ୍ଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

Leave A Reply

Your email address will not be published.