ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି (ଆରଏସଏସ) ସଙ୍ଘଚାଳକ ଡ. ମୋହନ ଭାଗବତ। ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ଗୁରୁବାର ଭୁବନେଶ୍ଵରରେ ପହଞ୍ଚିଛନ୍ତି ମୋହନ ଭାଗବତ। ଆଜି ଏକ ସ୍ମୃତିସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଆସନ୍ତାକାଲିଠାରୁ ସାଙ୍ଗଠନିକ ବୈଠକ କରିବେ ମୋହନ।
ଭାଗବତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସଂଘର ବରିଷ୍ଠ ପଦାଧିକାରୀମାନେ ସ୍ବାଗତ ଜଣାଇଥିଲେ। ଶୁକ୍ରବାରଠାରୁ ୩ ଦିନ ପର୍ଯ୍ୟନ୍ତ ସେ ରାଜ୍ୟରେ ଆରଏସଏସର ସାଂଗଠନିକ କାର୍ଯ୍ୟର ସମୀକ୍ଷା କରିବେ। ଏହା ସହିତ ସଂଘର ଯୋଜନା ବୈଠକରେ ଯୋଗଦେବେ।
ସୂଚନାଥାଉ କି, ଭାଜପା ରାଜ୍ୟ ସଭାପତି ଫେବ୍ରୁଆରୀ ପ୍ରଥମ ସପ୍ତାହ ସୁଦ୍ଧା ଘୋଷଣା ହେବ। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ରାଜ୍ୟ ର୍ନିବାଚନ ସହ ଅଧିକାରୀ ସୁକାନ୍ତ ପାଣିଗ୍ରାହୀ। ରାଜ୍ୟ ର୍ନିବାଚନ ଅଧିକାରୀ ଓଡ଼ିଶା ଆସି ଆଲୋଚନା କରିଛନ୍ତି। ଖୁବଶୀଘ୍ର ବାକି ୧୪ ଜିଲାର ସଭାପତିଙ୍କ ନାଁ ଘୋଷଣା ହେବ ବୋଲି ସେ କହିଛନ୍ତି।
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ