ପ୍ରମୁଖ ଖବର

ବନ୍ଧୁକ ଦେଖାଇ ଜୁଏଲାରୀ ମାଲିକଙ୍କଠୁ ଝାମ୍ପିନେଲେ ୪ କୋଟି ଟଙ୍କାର ଅଳଙ୍କାର
ବିଲ୍ ମଞ୍ଜୁରୀ ନେଇ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କ ଲାଗି ରହିବ ନାହିଁ ସମୟ ସୀମା : ସୁପ୍ରିମକୋର୍ଟ
ଅନିଲ୍ ଅମ୍ବାନୀଙ୍କୁ ଇଡି ଝଟକା: ଭୁବନେଶ୍ବରର ସମେତ ଏକାଧିକ ସ୍ଥାନରେ ସମ୍ପତ୍ତି ଆଟାଚ୍
ନୂଆପଡା ବିଧାୟକ ଭାବେ ଶପଥ ନେଲେ ଜୟ ଢ଼ୋଲକିଆ
ପୋଲିସ ସୁରକ୍ଷା ହଟାଇବାକୁ ପୀତବାସ ପଣ୍ଡାଙ୍କ ପତ୍ନୀଙ୍କ ଅନୁରୋଧ
ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ନୀତୀଶ କୁମାର

କୁମ୍ଭମେଳାକୁ ଓଡ଼ିଶାରୁ ସ୍ୱତନ୍ତ୍ର ବସ୍‌ ସେବା ବାତିଲ କଲା ଓଏସଆରଟିସି

0

ଭୁବନେଶ୍ବର: କୁମ୍ଭମେଳା ପାଇଁ ଓଏସଆରଟିସି ପକ୍ଷରୁ ଓଡ଼ିଶାରୁ ଅଯୋଧ୍ୟାକୁ ବସ୍ ସେବା ଆରମ୍ଭ କରାଯାଇଥିଲା। ଯାହାକୁ ଏବେ ବାତିଲ କରି ଦିଆଯାଇଛି। ଫେବୃଆରୀ ୪ ତାରିଖ ଯାଏଁ ଓଏସଆରଟିସିର ସ୍ୱତନ୍ତ୍ର ବସ୍‌ ବାତିଲ୍‌ କରାଯାଇଛି। ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଏସଆରଟିସି ପକ୍ଷରୁ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି।

ସୂଚନାନୁଯାୟୀ ମୌନୀ ଅମାବାସ୍ୟାରେ ଅମୃତ ସ୍ନାନ ପୂର୍ବରୁ ପ୍ରବଳ ଜନ ସମାଗମ ହେତୁ ମହାକୁମ୍ଭ ମେଳାରେ ବଡ ଅଘଟଣ ଘଟିଥିଲା। ପ୍ରୟାଗରାଜ ସଙ୍ଗମ ସ୍ଥଳ ନିକଟରେ ଦଳାଚକଟା ଘଟଣାରେ ଏପର୍ଯ୍ୟନ୍ତ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଉତ୍ତରପ୍ରଦେଶ ସରକାର ସ୍ପଷ୍ଟ କରିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ସମ୍ଭାବନା ରହିଛି। ଦଳାଚକଟାରେ ୯୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି। ଟଙ୍କା ଫେରସ୍ତ ପାଇଁ ଯୋଗାଯୋଗ କରିବା ପାଇଁ ସୂଚନା ଦିଆଯାଇଛି। ଯେଉଁମାନେ ଆଗୁଆ ଟିକେଟ୍‌ କରିଥିଲେ, ସେମାନେ ଯୋଗାଯୋଗ କରି ପାରିବେ।

Leave A Reply

Your email address will not be published.