ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ଡ୍ରୋନ ଉଡ଼ାଣକାରୀଙ୍କ ବିରୋଧରେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

0

ପୁରୀ: ଏଣିକି ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡାଇଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଶ୍ରୀମନ୍ଦିରର ୧୦୦ ମିଟର ପରିଧି ଅଞ୍ଚଳ ନିଷିଦ୍ଧାଞ୍ଚଳଭାବେ ଡିଜିସିଏ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ଅଞ୍ଚଳରେ ଡ୍ରୋନ ଆଦି ଉଡ଼ାଇବା ସମ୍ପୂର୍ଣ୍ଣ ବେଆଇନ। ଯଦି ଏପରି ଦେଖାଯାଏ ତେବେ ଡ୍ରୋନ ଉଡ଼ାଣକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ।
ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ିବା ଘଟଣାକୁ ନେଇ ପୋଲିସ ପକ୍ଷରୁ ସିଂହଦ୍ୱାର ଥାନାରେ ଲିଖିତ ଅଭିଯୋଗ ପରେ ମାମଲା ରୁଜୁ କରାଯାଇଛି। ପୋଲିସ ଘଟଣାକୁ ଗୁରୁତର ଭାବେ ଗ୍ରହଣ କରିଛି। ତଦନ୍ତ ପରେ ଡ୍ରୋନ୍‌ ଉଡ଼ାଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆରକ୍ଷୀ ଅଧୀକ୍ଷକ ବିନୀତ ଅଗ୍ରୱାଲ୍‌ ବୁଧବାର ସୂଚନା ଦେଇଛନ୍ତି।

ସାମାଜିକ ଗଣମାଧ୍ୟମରେ ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ଯୁବବର୍ଗ ଡ୍ରୋନ୍‌ ଉଡ଼ାଇ ଶ୍ରୀମନ୍ଦିରର ଭିତର ପାର୍ଶ୍ୱ ଭିଡିଓ ଓ ଚିତ୍ର ଉତ୍ତୋଳନ କରୁଛନ୍ତି। ଏହା ସମ୍ପୂର୍ଣ୍ଣ ବେଆଇନ। କିଛି ସୋସିଆଲ ମିଡିଆ ଆକାଉଣ୍ଟକୁ ଚିହ୍ନଟ କରାଯାଇଛି। ସେମାନଙ୍କ ବିରୋଧରେ ଆଗାମୀ ଦିନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି।

Leave A Reply

Your email address will not be published.