ପ୍ରମୁଖ ଖବର

‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’
ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
ପୁରଣ ହେବ ୧୫ଟି ବିଶ୍ୱବିଦ୍ୟାଳୟର ଭିସି ପଦବୀ
ନୀରବ ମୋଦିଙ୍କ ବେଲ୍ ଆବେଦନ ଖାରଜ
ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ
ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ଗିରଫ ହେଲେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ

0

ବଣେଇ: ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ବଣେଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ।। ଏହାପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ।

ସୂଚନା ଅନୁସାରେ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁଙ୍କ ଘରେ ଚଢାଉ କରିଥିଲା ଭିଜିଲାନ୍ସ ଟିମ୍। ଅଧିକାରୀଙ୍କ ସରକାରୀ ଘର ଏବଂ ବାସଭବନରେ ଚଢାଉ ବେଳେ ଆଖି ଖୋସିଲା ଭଳି ସଂପତ୍ତି ଠାବ ହୋଇଛି। ସେଥିମଧ୍ୟରେ ରହିଛି ଭୁବନେଶ୍ବରରୁ ୨ଟି ଫ୍ଲାଟ୍, ଓଲ୍ଡଟାଉନରେ ୨ ମହଲା କୋଠା, ଭୁବନେଶ୍ବର ଓ ପୁରୀରେ ୯ଟି ଦାମୀକିଆ ଫ୍ଲାଟ୍, ୧୫୦ ଗ୍ରାମ ସୁନା, ବ୍ୟାଙ୍କ ଜମା ଓ ନଗଦ ୨ଲକ୍ଷ ଟଙ୍କା।

ସେହିପର, ଇଭୋସ୍ ଗାଲାକ୍ସିରେ ଫ୍ଲାଟ୍ ପାଇଁ ୧୫.୭୫ ଲକ୍ଷ ଟଙ୍କା ଆଡ୍‌ଭାନ୍ସ ଦେଇଥିଲେ ପିଏ ବାବୁ। ଗୋଟିଏ ଦାମୀ କାର ମଧ୍ୟ ରହିଛି ପିଏ ବାବୁଙ୍କର। ଆଦିବାସୀଙ୍କ ବିକାଶ ବା ଉନ୍ନୟନ ମୁଳକ କାମ ପାଇଁ ଆସିଥିବା ଟଙ୍କା ବାଟମାରଣା ଅଭିଯୋଗ ଆସିଥିଲା। ଯାହାକୁ ନେଇ ରେଡ୍ କରିଥିଲା ବିଜିଲାନ୍ସ ଟିମ୍। ଆଉ ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଛାପା ମାରିବା ପରେ, ସାମନାକୁ ଆସିଛି ଏହି ଅମାପ ସମ୍ପତିର ଲମ୍ୱା ତାଲିକା।

Leave A Reply

Your email address will not be published.