ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ରାଷ୍ଟ୍ରପତିଙ୍କୁ ‘ପୁଅର୍ ଲେଡି’ କହି ବିବାଦରେ ସୋନିଆ

0

ନୂଆଦିଲ୍ଲୀ: ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ‘ପୁଅର୍ ଲେଡି’ କହିବା ପରେ ବିବାଦ ସୃଷ୍ଟି ହୋଇଛି। ସଂସଦର ବଜେଟ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଶାସକ ଏବଂ ବିରୋଧୀଙ୍କ ମଧ୍ୟରେ ବାକଯୁଦ୍ଧ ଆରମ୍ଭ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ପରେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ତାଙ୍କୁ ଆକ୍ଷେପ କରି‘ପୁଅର୍ ଲେଡି’ ବୋଲି କହିବା ପରେ ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି।
ଏହା ସହିତ ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରାଷ୍ଟ୍ରପତି ମୁର୍ମୁଙ୍କ ଭାଷଣକୁ ବିରକ୍ତିକର ବୋଲି କହିଛନ୍ତି। ଏହାକୁ ନେଇ ଏବେ ରାଜନୀତି ଉଷ୍ମ ହୋଇଇଛି। ଭାଜପା କହିଛି ଯେ, ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କୁ ଅପମାନିତ କରିଛନ୍ତି। ସୋନିଆ ରାଷ୍ଟ୍ରପତିଙ୍କୁ ଅସମ୍ମାନିତ କରିଥିବାରୁ ତୁରନ୍ତ କ୍ଷମା ମାଗନ୍ତୁ ବୋଲି ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା ଦାବି କରିଛନ୍ତି।

ଏହି ଅଭିଭାଷଣ ପରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ପ୍ରତିକ୍ରିୟା ଜାଣିବାକୁ ଚାହିଁଥିଲେ ଗଣମାଧ୍ୟମ ପ୍ରତିନିଧି। ରାହୁଲ୍ କୌଣସି ପ୍ରତିକ୍ରିୟା ନଦେଇ ସଂସଦ ଭବନ ବାହାରକୁ ଚାଲି ଚାଲି ଯାଇଥିଲେ ତାଙ୍କ ମାଆ ସୋନିଆ ଗାନ୍ଧିଙ୍କ ପାଖକୁ। ସେଠାରେ ତାଙ୍କ ଭଉଣୀ ତଥା ସାଂସଦ ପ୍ରିୟଙ୍କା ଗାନ୍ଧି ଭଦ୍ରା ମଧ୍ୟ ଥିଲେ। ଗଣମାଧ୍ୟମ ପ୍ରତିନିଧି ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରତିକ୍ରିୟା ନେବାକୁ ଚାହିଁଥିଲେ। କିନ୍ତୁ ରାହୁଲ୍ ତାଙ୍କ ମାଆଙ୍କୁ ପଚାରିଥିଲେ, ଏହା ଉପରେ କ’ଣ କହିବା। ସୋନିଆ କହିଥିଲେ, ମିଛ ପ୍ରତିଶ୍ରୁତି କୁହ। ରାହୁଲ୍ କହିଥିଲେ, ‘ବୋରିଂ’ କହିବା। ନା ‘ନୋ କମେଣ୍ଟ’ କହିବା। ସେତିକି ବେଳେ ସୋନିଆ କହିଥିଲେ, ‘ଦ ପୁଅର୍ ଲେଡି’ ଭାଷଣ ଦେଇ ଥକିଗଲେଣି। ଏହି କଥା ସେ ସିଧାସଳଖ ଗଣମାଧ୍ୟମ ପ୍ରତିନିଧିଙ୍କୁ କହିନଥିଲେ ମଧ୍ୟ ଭାଇଭଉଣୀ ଓ ମାଆଙ୍କ ମଧ୍ୟରେ ହୋଇଥିବା ଏହି କଥାବାର୍ତ୍ତା କ୍ୟାମେରାରେ କଏଦ୍ ହୋଇଥିଲା।
ଅନ୍ୟପଟେ ସାଂସଦ ତଥା ସୋନିଆଙ୍କ ଝିଅ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସୋନିଆଙ୍କୁ ସମର୍ଥନ କରିଛନ୍ତି। ରାଷ୍ଟ୍ରପତିଙ୍କ ପ୍ରତି ତାଙ୍କର ଯଥେଷ୍ଟ ସମ୍ମାନ ରହିଛି। ଗଣମାଧ୍ୟମ ସୋନିଆଙ୍କ ମନ୍ତବ୍ୟକୁ ଭିନ୍ନ ଢଙ୍ଗରେ ଉପସ୍ଥାପିତ କରି ପ୍ରସଙ୍ଗକୁ ଜଟିଳ କରୁଛି ବୋଲି ସେ କହିଛନ୍ତି।

Leave A Reply

Your email address will not be published.