ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୮ନକ୍ସଲ ନିପାତ

0

ଛତିଶଗଡ଼: ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା। ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୮ ନକ୍ସଲ। ଗାଙ୍ଗାଲୁରରେ ଗୁଳି ବିନିମୟ ବେଳେ ୮ ନକ୍ସଲ ନିପାତ ହୋଇଥିବା ସୂଚନା। ବିଜାପୁର ଜିଲ୍ଲା ଗାଙ୍ଗାଲୁରରେ ସର୍ଚ୍ଚ ଅପରେସନ୍‌ ଜାରି ଏବେ ବି ରହିଛି ବୋଲି ସୂଚନା ମିଳିଛି।
ସୂଚନାନୁସାରେ, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନକ୍ସଲ ପ୍ରଭାବିତ ବିଜାପୁର ଜିଲ୍ଲାରେ ସୁରକ୍ଷା ବାହିନୀଙ୍କ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଗାଙ୍ଗାଲୁର ପୋଲିସ ଷ୍ଟେସନ ଅଞ୍ଚରେ ହୋଇଥିବା ଏହି ଏନକାଉଣ୍ଟରରେ ୮ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି।

ଏସଟିଏଫ, ଡିଆରଜି ଏବଂ ସିଆରପିଏଫ ଯବାନଙ୍କ କମ୍ବିଙ୍ଗ ଅପରେସନ ବେଳେ ଏହି ସଫଳତା ମିଳିଛି। ଏନକାଉଣ୍ଟରରେ ନିପାତ ହୋଇଥିବା ନକ୍ସଲମାନଙ୍କ ମୃତଦେହ ସୁରକ୍ଷାବାହିନୀଙ୍କ ଦ୍ୱାରା ଉଦ୍ଧାର କରାଯାଇଛି।

Leave A Reply

Your email address will not be published.