ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ଟ୍ୟାକ୍ସ ଛାଡ ଘୋଷଣା ପରେ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଶନିବାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। କେନ୍ଦ୍ର ସରକାରଙ୍କ ବଜେଟ୍ ୨୦୨୫-୨୬ରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସ ଯୋଗେ ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେ ହାସଟ୍ୟାଗ୍ ଦେଇ ଲେଖିଛନ୍ତି ଯେ, ବିକଶିତ ଭାରତ ବଜେଟ୍-୨୦୨୫। ଏହାଦ୍ୱାରା ନାଗରିକମାନେ ସଶକ୍ତ ହେବେ ଏବଂ ଅର୍ଥନୀତିକୁ ସମୃଦ୍ଧ କରିବ।

ସୂଚନାଯୋଗ୍ୟ, ୨୦୨୫-୨୬ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆୟକରଦାତାଙ୍କୁ ବଡ ଉପହାର ଦେଇଛନ୍ତି। ୧୨ ଲକ୍ଷ ଯାଏଁ ଆୟକର ଛାଡ ହୋଇଛି। ଅର୍ଥାତ ୧୨ ଲକ୍ଷ ପର୍ଯ୍ୟନ୍ତ ରୋଜଗାର କରୁଥିବା ବ୍ୟକ୍ତିଙ୍କୁ କୌଣସି ଟ୍ୟାକ୍ସ ଦେବାକୁ ପଡିବ ନାହିଁ। ବଜେଟରେ ଏହି ଘୋଷଣା ପରେ ମଧ୍ୟବିତଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଏହା ସହିତ ଆସନ୍ତା ସପ୍ତାହରେ ନୂଆ ଆୟକର ବିଲ୍ ଆସିବ ବୋଲି ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ।

Leave A Reply

Your email address will not be published.