ପ୍ରମୁଖ ଖବର

ପାତ୍ରପଡା ସୂତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ପେରୁରେ ପର୍ଯ୍ୟଟକ ବିମାନ ଦୁର୍ଘଟଣା, ୧୩ ମୃତ
ଶ୍ରାବଣ ସୋମବାରରେ ୯ ଘଣ୍ଟା ଉପବାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ
କେରଳରେ ବର୍ଷା ବିତ୍ପାତ: ୮ ମୃତ, ୮ ନିଖୋଜ
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମଧ୍ୟବିତ୍ତଙ୍କୁ ବଡ ଆଶ୍ଵସ୍ତି : ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ

0

ନୂଆଦିଲ୍ଲୀ: ଆଜି ସଂସଦରେ ୨୦୨୫-୨୬ ବର୍ଷର ପୂର୍ଣ୍ଣାଙ୍ଗ ଆର୍ଥିକ ବଜେଟ ଉପସ୍ଥାପିତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିରେ ମଧ୍ୟବିତ୍ତ ଶ୍ରେଣୀକୁ କେନ୍ଦ୍ର ସରକାରଙ୍କ ବଡ ଭେଟି ଦେଇଛନ୍ତି। ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ କରିଛି କେନ୍ଦ୍ର। ବଜେଟ୍‌ ଅଭିଭାଷଣରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହା ଘୋଷଣା କରିଛନ୍ତି। ବଜେଟ୍‌ ଆଗତ ହେବା ପୂର୍ବରୁ ଏହି ଟ୍ୟାକ୍ସ ସ୍ଲାବରେ ପରିବର୍ତ୍ତନ ନେଇ ଚର୍ଚ୍ଚା ଜାରି ରହିଥିଲା। ଅନୁମାନକୁ ସତ୍ୟ ପ୍ରମାଣିତ କରି ବଡ଼ ଭେଟି ଦେଇଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା।

କ୍ୟାପିଟାଲ ଗେନ୍ ଛଡା ଅନ୍ୟ ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ କରାଯାଇଛି। କ୍ୟାପିଟାଲ ଗେନ୍ ଥିଲେ ୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ୧୦ ପ୍ରତିଶତ ରହିଛି। ୧୨ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୧୫ ପ୍ରତିଶତ ଟିକସ ରହିଛି। ୧୬ ଲକ୍ଷ ରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୦ ପ୍ରତିଶତ ଟିକସ ରହିଛି। ସେହିପରି ୨୦ରୁ ୨୪ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୫ ପ୍ରତିଶତ ଟିକସ ରହିଛି। ୨୪ ଲକ୍ଷରୁ ଅଧିକ ଆୟ ପାଇଁ ଟିକସ ୩୦ ପ୍ରତିଶତ ରହିଛି। ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୮୦ ହଜାର ଟଙ୍କା ବଞ୍ଚିବ।

Leave A Reply

Your email address will not be published.