ପ୍ରମୁଖ ଖବର

ସରକାରୀ ବାସଭବନ ନ ଛାଡିବା ନେଇ ସ୍ପଷ୍ଟିକରଣ ରଖିଲେ ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ
ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହେଲା କେଦାରନାଥ ଯାତ୍ରା
ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ
ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା, ଆଗରେ ରେଭେନ୍ସା
ବିଜେପି ରାଜ୍ୟ ସଭାପତି ହେବେ ମନମୋହନ, ଭରିଲେ ନାମାଙ୍କନ
ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ସୋଡ଼ି କନ୍ନା ନିହତ

ମଧ୍ୟବିତ୍ତଙ୍କୁ ବଡ ଆଶ୍ଵସ୍ତି : ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ

0

ନୂଆଦିଲ୍ଲୀ: ଆଜି ସଂସଦରେ ୨୦୨୫-୨୬ ବର୍ଷର ପୂର୍ଣ୍ଣାଙ୍ଗ ଆର୍ଥିକ ବଜେଟ ଉପସ୍ଥାପିତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିରେ ମଧ୍ୟବିତ୍ତ ଶ୍ରେଣୀକୁ କେନ୍ଦ୍ର ସରକାରଙ୍କ ବଡ ଭେଟି ଦେଇଛନ୍ତି। ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ କରିଛି କେନ୍ଦ୍ର। ବଜେଟ୍‌ ଅଭିଭାଷଣରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହା ଘୋଷଣା କରିଛନ୍ତି। ବଜେଟ୍‌ ଆଗତ ହେବା ପୂର୍ବରୁ ଏହି ଟ୍ୟାକ୍ସ ସ୍ଲାବରେ ପରିବର୍ତ୍ତନ ନେଇ ଚର୍ଚ୍ଚା ଜାରି ରହିଥିଲା। ଅନୁମାନକୁ ସତ୍ୟ ପ୍ରମାଣିତ କରି ବଡ଼ ଭେଟି ଦେଇଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା।

କ୍ୟାପିଟାଲ ଗେନ୍ ଛଡା ଅନ୍ୟ ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ କରାଯାଇଛି। କ୍ୟାପିଟାଲ ଗେନ୍ ଥିଲେ ୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ୧୦ ପ୍ରତିଶତ ରହିଛି। ୧୨ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୧୫ ପ୍ରତିଶତ ଟିକସ ରହିଛି। ୧୬ ଲକ୍ଷ ରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୦ ପ୍ରତିଶତ ଟିକସ ରହିଛି। ସେହିପରି ୨୦ରୁ ୨୪ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୫ ପ୍ରତିଶତ ଟିକସ ରହିଛି। ୨୪ ଲକ୍ଷରୁ ଅଧିକ ଆୟ ପାଇଁ ଟିକସ ୩୦ ପ୍ରତିଶତ ରହିଛି। ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୮୦ ହଜାର ଟଙ୍କା ବଞ୍ଚିବ।

Leave A Reply

Your email address will not be published.