ଭବାନୀପାଟଣା: ସରସ୍ୱତୀ ପୂଜାବେଳେ ସ୍କୁଲରେ ମହୁମାଝୀ ଆକ୍ରମଣରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଏଭଳି ଖବର ଆସିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ଉପକଣ୍ଠ ଦୁଆରଶୁଣି ଗ୍ରାମରୁ। ଏକ ଘରୋଇ ସ୍କୁଲରେ ହଠାତ୍ ଛାତ୍ର ଛାତ୍ରୀ ମାନଙ୍କୁ ମହୁ ମାଛି ଆକ୍ରମଣ କରି ଥିଲା।
ଆଜି ବସନ୍ତ ପଞ୍ଚମୀ ଅବସରରେ ଆଜି ସରସ୍ଵତୀ ପୂଜା ଚାଲି ଥିବା ସମୟରେ ମହୁ ମାଛି ଛାତ୍ର ଛାତ୍ରୀ ମାନଙ୍କୁ ଆକ୍ରମଣ କରିବା ସହିତ ସ୍କୁଲର କର୍ମଚାରୀ ମାନଙ୍କୁ ଆକ୍ରମଣ କରିଥିଲା ଉକ୍ତ ସ୍କୁଲ ରେ ହିଁ ଦୁଇଟି ମହୁ ଫେଣା ତିଆରି କରି ମହୁ ମାଛି ବସା କରି ଥିଲା। ଯାହା ଫଳରେ ୨୦ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କ ସମେତ ସ୍କୁଲ ର କର୍ମଚାରୀ ଆହତ ହୋଇଥିଲେ। ପରେ ସଙ୍ଗେ ସଙ୍ଗେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ଆଣି ସମସ୍ତଙ୍କୁ ଚିକିତ୍ସା କରାଯାଇଥିଲା। ଚିକିତ୍ସା ପରେ ସମସ୍ତ ଆହତ ଛାତ୍ରଛାତ୍ରୀ ଓ କର୍ମଚାରୀ ନିଜ ନିଜ ଘରକୁ ଫେରି ଯାଇଥିବା ଜଣାପଡିଛି।
ପ୍ରମୁଖ ଖବର
କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର