ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଅନୁକୂଳ ହେଲା ରଥକାଠ

0

ପୁରୀ: ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଆଜି ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଭାବେ ରଥନିର୍ମାଣ ପାଇଁ ଆସିଥିବା କାଠ ରଥଖଳାରେ ଅନୁକୂଳ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ ନୟାଗଡ ଓ ଦଶପଲ୍ଲା ଜଙ୍ଗଲରୁ ୩ଟି ଟ୍ରକରେ ଆସିଥିବା ୧୦୧ଟି ଅସନ ଓ ଧଉରା କାଠଖଣ୍ଡକୁ ଆଜି ପୂଜା କରାଯାଇଛି।

ବିଶ୍ୱ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ଆଜି ହେଉଛି ପ୍ରଥମ ପର୍ବ। ଶ୍ରୀପଞ୍ଚମୀ ତିଥିରେ ଦେବୀ ସରସ୍ଵତୀଙ୍କ ଆବହନ ପରେ ପରମ୍ପରା ଅନୁସାରେ ସ୍ୱତ୍ରୀୟ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ତିନି ରଥ ସକାଶେ ୩ ଗୋଟି ରଥକାଠର ଅନୁକୂଳ ପୂଜା ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ହୋଇଥିବା ଅନୁକୂଳ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ଏବଂ ଅନ୍ୟ ଅଧିକାରୀ ତଥା କର୍ମଚାରୀଙ୍କ ସହ ରଥ ନିର୍ମାଣ ସମ୍ପୃକ୍ତ ସେବକମାନେ ଉପସ୍ଥିତ ଥିଲେ।

ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ଏବଂ ଅନ୍ୟ ଅଧିକାରୀ ତଥା କର୍ମଚାରୀଙ୍କ ସହ ରଥ ନିର୍ମାଣ ସମ୍ପୃକ୍ତ ସେବକମାନେ। ତେବେ ଆସନ୍ତା ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବା ସହ ଆସନ୍ତା ଅକ୍ଷୟ ତୃତୀୟା ଦିନ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ।

Leave A Reply

Your email address will not be published.