ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

୮ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

0

ଭୁବନେଶ୍ବର: ଫେବ୍ରୁଆରୀ ୮ରେ ମିଳିବ ପ୍ରଥମ କିସ୍ତି ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଯାଜପୁରରେ ‘ସୁଭଦ୍ରା’ ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ କରାଯିବ। ଏହାର ଏକ ମାସ ପରେ ଅର୍ଥାତ୍ ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
୩ ଓ ୪ ତାରିଖରେ ବ୍ୟାଙ୍କ ଯାଇ ଏନପିସିଆଇ ଚେକ୍‌ କରିପାରିବେ। ଏଥିସହ ଛୋଟ ଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ୪ର୍ଥ ପର୍ଯ୍ୟାୟରେ ୧ କୋଟି ଟପିପାରେ ହିତାଧିକାରୀ ସଂଖ୍ୟା। ଫେବ୍ରୁଆରୀରେ ଯଦି ବଞ୍ଚିତ ହୁଅନ୍ତି, ଯାଞ୍ଚ କରିବାର ମାସେ ସମୟ ରହିଛି। ମାର୍ଚ୍ଚ ୮ ସୁଦ୍ଧା ଯାଞ୍ଚକରି ତଥ୍ୟ ଦାଖଲ କଲେ ଟଙ୍କା ପାଇପାରିବେ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଏପର୍ଯ୍ୟନ୍ତ ସୁଭଦ୍ରା ଯୋଜନାରେ ୩ୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିସାରିଛି। ଆସନ୍ତା ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି ଟଙ୍କା ମିଳିବ। ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେଉଛି। ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇସାରିଲାଣି। ଯୋଗ୍ୟ ହିତାଧିକାରୀମାନଙ୍କୁ ନିଶ୍ଚିତ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

Leave A Reply

Your email address will not be published.