ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

କଣ୍ଟେନରକୁ ପିଟିଲା କଣ୍ଟେନର, ଚାପି ହୋଇଗଲେ ଡ୍ରାଇଭର

0

ଜଳେଶ୍ୱର: କଣ୍ଟେନରକୁ ପଛପଟୁ ଧକ୍କାଦେଲା କଣ୍ଟେନର ଚାପି ହୋଇଗଲେ ଡ୍ରାଇଭର। ମୃତ୍ୟୁ ମୁଖରୁ ଅଳ୍ପକେ ରକ୍ଷା ପାଇଗଲେ ଡ୍ରାଇଭର। ଅଗ୍ନିଶମ ବିଭାଗର ପ୍ରାୟ ଦୁଇ ଘଣ୍ଟାର ପରିଶ୍ରମ ପରେ କ୍ୟାବିନରେ ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି।

ସୂଚନା ମୁତାବକ ଗତ କିଛି ଦିନ ହେବ କୁହୁଡି ଯୋଗୁଁ ବହୁ ଦୁର୍ଘଟଣା ଘଟୁଛି। ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୬୦ ବାଲେଶ୍ୱରରୁ ଖଡଗପୁର ମରାମତି ହେଉଥିବାରୁ ଆମ୍ବଳିଅଠା ବାଇପାସ ନିକଟରେ ଡାଇଭର୍ଜନ ରହିଛି। ତେଣୁ ବାଲେଶ୍ୱର ପଟୁ ଖଡଗପୁର ଅଭିମୁଖେ ଯାଉଥିବା ପାର୍ଶଲ ବୋଝେଇ କଣ୍ଟେନରଟି ସେଠାରେ ସ୍ଲୋ ହୋଇଥିବା ବେଳେ ଘନ କୁହୁଡି ଯୋଗୁ ଆଉ ଏକ କଣ୍ଟେନରଟି ପଛପଟୁ ଧକ୍କା ଦେଇଥିଲା ଫଳରେ ପାର୍ଶଲ ବୋଝେଇ କଣ୍ଟେନରଟି ଭାରସାମ୍ୟ ହରାଇ ଏନ୍‌ଏଚ୍‌ କଡ଼କୁ ଖସି ପଡ଼ିବା ସହ ଏହି କ୍ୟାବିନରେ ଥିବ ଡ୍ରାଇଭର ଚାପି ହୋଇ ରହିଥିଲେ। ଖବର ପାଇ ଜଳେଶ୍ୱର ଅଗ୍ନିଶମ ବିଭାଗ ପହଞ୍ଚି ଡ୍ରାଇଭର ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜଳେଶ୍ୱର ହସ୍ପିଟାଲକୁ ପଠାଇଥିବା ବେଳେ ଘଟଣାସ୍ଥଳରେ ଜଳେଶ୍ୱର ପହଞ୍ଚି ଅଧିକ ତଦନ୍ତ କରୁଛି।

Leave A Reply

Your email address will not be published.