ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଘାଟିରେ ଓଲଟିଲା ବସ୍, ୨୪ ଆହତ

0

ଗଜପତି: ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରିପଦା ନିକଟସ୍ଥ ବୁଡା ଘାଟିରେ ଵିକ୍ରାନ୍ତା ନାମକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି।

ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ବ୍ରହ୍ମପୁରରୁ ପାରଳାଖେମୁଣ୍ଡି ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଘାଟିରୁ ଓହ୍ଲାଉଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବାବେଳେ ୪ ଜଣ ଗୁରୁତର ଅଛନ୍ତି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ପୋଲିସ ଓ ଅଗ୍ନିଶମ ବାହିନୀ। ସେହିପରି ଆହତଙ୍କୁ ଉଦ୍ଧାର କରାଯାଇ ନୂଆପଡ଼ା ବି.ଖଜୁରିଆପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତେବେ କେଉଁ ପରିସ୍ଥିତିରେ ବସଟି ଏପରି ଦୁର୍ଘଟଣା ଘଟାଇଲା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

Leave A Reply

Your email address will not be published.