ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଘାଟିରେ ଓଲଟିଲା ବସ୍, ୨୪ ଆହତ

0

ଗଜପତି: ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରିପଦା ନିକଟସ୍ଥ ବୁଡା ଘାଟିରେ ଵିକ୍ରାନ୍ତା ନାମକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି।

ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ବ୍ରହ୍ମପୁରରୁ ପାରଳାଖେମୁଣ୍ଡି ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଘାଟିରୁ ଓହ୍ଲାଉଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବାବେଳେ ୪ ଜଣ ଗୁରୁତର ଅଛନ୍ତି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ପୋଲିସ ଓ ଅଗ୍ନିଶମ ବାହିନୀ। ସେହିପରି ଆହତଙ୍କୁ ଉଦ୍ଧାର କରାଯାଇ ନୂଆପଡ଼ା ବି.ଖଜୁରିଆପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତେବେ କେଉଁ ପରିସ୍ଥିତିରେ ବସଟି ଏପରି ଦୁର୍ଘଟଣା ଘଟାଇଲା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

Leave A Reply

Your email address will not be published.