ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

0

ଭୁବନେଶ୍ବର: ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ମୋଟର ସାଇକେଲ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବୃଦ୍ଧି ପାଇଛି।

ଅଗ୍ନିଶମ କର୍ମଚାରୀଙ୍କ ସାମାଜିକ ସୁରକ୍ଷା ଏବଂ ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି। ତେବେ କେବଳ ଭତ୍ତା ନୁହେଁ ଏଣିକି ମେଡିକାଲ ଖର୍ଚ୍ଚ ବି ବହନ କରିବେ ସରକାର।

Leave A Reply

Your email address will not be published.