ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ମହାକୁମ୍ଭରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦୀ

0

ପ୍ରୟାଗରାଜ: ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ମୋଦି ଗଙ୍ଗା ପୂଜା କରୁଛନ୍ତି। ଏହି ସମୟରେ ସିଆରପିଏଫ ଏବଂ ସେନା କର୍ମଚାରୀମାନେ ଉପସ୍ଥିତ ରହିଛନ୍ତି। ତ୍ରିବେଣୀ ସଙ୍ଗମରେ ପ୍ରଧାନମନ୍ତ୍ରୀ ରୁଦ୍ରାକ୍ଷ ମାଳ ଧାରଣ କରି ମନ୍ତ୍ର ଉଚ୍ଚାରଣ ସହ ମା’ ତ୍ରିବେଣୀଙ୍କ ପରିକ୍ରମା କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ସାଙ୍ଗରେ ଥିଲେ, ମାତ୍ର ପ୍ରଧାନମନ୍ତ୍ରୀ ଏକାକୀ ବୁଡ଼ ପକାଇଛନ୍ତି।

ପ୍ରଧାନମନ୍ତ୍ରୀ ପୂର୍ବରୁ ମହାକୁମ୍ଭର ମହାନ କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ପ୍ରୟାଗରାଜ ଯାଇଥିଲେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି ସକାଳ ୧୦ଟାରେ ପ୍ରୟାଗରାଜ ବିମାନବନ୍ଦରରେ ପହଞ୍ଚିଥିଲେ। ଅରୈଲ ଅଞ୍ଚଳରେ ତାଙ୍କ ସୁରକ୍ଷା ପାଇଁ ଏକ ସ୍ୱତନ୍ତ୍ର ଆଲର୍ଟ ଜାରି କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ଆଗମନ ପାଇଁ ପାଞ୍ଚ ସେକ୍ଟର ମାଜିଷ୍ଟ୍ରେଟଙ୍କୁ ନିୟୋଜିତ କରାଯାଇଛି।

Leave A Reply

Your email address will not be published.