ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ଆୟୁଷ୍ମାନ ଯୋଜନାରେ ସାମିଲ ହେବେ ସାଢ଼େ ୩ କୋଟି ଲୋକ

0

ଭୁବନେଶ୍ବର: ଆୟୁଷ୍ମାନ ଯୋଜନାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା। ଏହି ଯୋଜନାରେ ସାଢ଼େ ୩ କୋଟି ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବର୍ତ୍ତମାନ ଆୟୁଷ୍ମାନ କାର୍ଡ ଛପା ଚାଲିଛି ବୋଲି କହିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ। ଆୟୁଷ୍ମାନ ଭାରତ ସହ ଆଇଟି ଇଣ୍ଟିଗ୍ରେସନ ପ୍ରକ୍ରିୟା ମଧ୍ୟ ଚାଲିଛି। ସୂଚନା ଥାଉକି ଗତ ମାସରେ ଆୟୁଷ୍ମାନ ଭାରତ ଯୋଜନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି। ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଚଳିତ ମାସ ଫେବୃଆରୀରୁ ଏହାକୁ ଲାଗୁ କରିବା ସହ ଏପ୍ରିଲରୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବେ।

ସେହିପରି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ‘ରାଜ୍ୟର ୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ। ଦେଶର ଯେକୌଣସି ସ୍ଥାନରେ ଥିଲେ ମଧ୍ୟ ଜଣେ ଏହି ସୁଯୋଗ ପାଇପାରିବ। ଏହି ଯୋଜନା ୩୦ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ରହିବ। ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତର ସୁବିଧା ଗୋଟିଏ କାର୍ଡରେ ମିଳିବ ଯାହା ୱାନ ନେସନ ୱାନ ହେଲଥ କାର୍ଡ ଯୋଜନାର ପରିସରଭୁକ୍ତ।

Leave A Reply

Your email address will not be published.