ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ଟ୍ରାକ୍ଟର ଓଲଟି ୩ ଶ୍ରମିକଙ୍କ ମୃତ, ୪ ଗୁରୁତର

0

ଗୁଣୁପୁର: ରାୟଗଡ଼ା ଜିଲା ଗୁଣୁପୁର ଗୁଲୁମୁଣ୍ଡାପାକା ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଇଟା ବୋଝେଇ ଟ୍ରାକ୍ଟର ଓଲଟି ପଡି ୩ଜଣ ଶ୍ରମିକଙ୍କ ଦୁଃଖଦ ମୃତ୍ୟୁ ଘଟିଥିବା ବେଳେ ଗାଡ଼ି ଚାଳକଙ୍କ ସମେତ ୪ ଗୁରୁତର ଆହତ ହୋଇ ଗୁଣପୁର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ସୂଚନା ମୁତାବକ, ଏକ ଟ୍ରାକ୍ଟର ଇଟା ବୋଝେଇ କରି ଶ୍ରମିକଙ୍କୁ ଧରି ଅନ୍‌ଲୋଡ ପାଇଁ ଯାଉଥିଲା। ହେଲେ ଗୁଲୁମୁଣ୍ଡାପାକା ନିକଟ ମୁଖ୍ୟ ରାସ୍ତାରେ ଟ୍ରାକ୍ଟର ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଓଲଟି ପଡିଥିଲା। ଫଳରେ ଡ୍ରାଇଭରଙ୍କ ସହ ଶ୍ରମିକମାନେ ଟ୍ରାକ୍ଟର ତଳେ ଚାପି ହୋଇ ଯାଇଥିଲେ। ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଘଟଣାସ୍ଥଳରେ ୩ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଗାଡି ଚାଳକଙ୍କ ସମେତ ୪ଜଣ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗୁଣପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅନ୍ୟପକ୍ଷେ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.