ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ସୋନୁ ସୁଦ୍‌ଙ୍କ ନାଁରେ ଗିରଫ ପରଓ୍ବାନା ଜାରି

0

ଲୁଧିଆନା: ବଲିଉଡ଼ ଅଭିନେତା ସୋନୁ ସୁଦ୍‌ଙ୍କ ନାଁରେ ଜାରି ହୋଇଛି ଗିରଫ ପରଓ୍ବାନା। ଏକ ଠକେଇ ମାମଲାରେ ସାକ୍ଷ୍ୟ ଦେବାକୁ ହାଜର ନ ହେବାରୁ ଅଦାଲତ ଗୁରୁବାର ତାଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛନ୍ତି।

ସୂଚନା ଅନୁସାରେ, ଲୁଧିଆନାର ଓକିଲ ରାଜେଶ ଖାନ୍ନାଙ୍କ ପକ୍ଷରୁ ଏହି ମାମଲା ଦାୟର କରାଯାଇଥିଲା। ସେ ଅଭିଯୋଗ କରିଥିଲେ ଯେ, ମୋହିତ ଶୁକ୍ଳା ନାମକ ଜଣେ ବ୍ୟକ୍ତି ତାଙ୍କ ସହ ୧୦ ଲକ୍ଷ ଟଙ୍କାର ଠକେଇ କରିଛନ୍ତି। ଓକିଲ କହିଛନ୍ତି ଯେ, ମୋହିତ ଶୁକ୍ଳା ତାଙ୍କୁ ଏକ ନକଲି ‘ରିଜିକା ମୁଦ୍ରା’ରେ ନିବେଶ କରିବାକୁ ଉସୁକାଇଥିଲେ ଏବଂ ଏହି ମାମଲାରେ ସୋନୁ ସୁଦଙ୍କୁ ସାକ୍ଷୀ ଦେବାର ଥିଲା। ହେଲେ ସେ ଏହାର କୌଣସି ଉତ୍ତର ରଖିନଥିଲେ କି କୋର୍ଟରେ ମଧ୍ୟ ହାଜର ହୋଇନଥିଲେ। ଯେଉଁଥିପାଇଁ ଏବେ ଲୁଧିଆନା କୋର୍ଟ ସୋନୁଙ୍କ ନାଁରେ ଗିରଫ ପରୱାନା ଜାରି କରିଛନ୍ତି।

କୋର୍ଟ ଦ୍ୱାରା ଜାରି କରାଯାଇଥିବା ଆଦେଶରେ କୁହାଯାଇଛି, “ସୋନୁ ସୁଦଙ୍କୁ ସମନ କିମ୍ବା ୱାରେଣ୍ଟ ପ୍ରଦାନ କରାଯାଇଛି କିନ୍ତୁ ସେ କୋର୍ଟରେ ହାଜର ହୋଇନାହାଁନ୍ତି। ସୋନୁ ସୁଦଙ୍କୁ ଗିରଫ କରି କୋର୍ଟରେ ହାଜର କରିବାକୁ ନିର୍ଦ୍ଦେଶ ଦିଆଯାଉଛି”। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ୧୦ ଫେବୃଆରୀ ସୁଦ୍ଧା ଗିରଫ କରିବା ସହି ୱାରେଣ୍ଟ ଫେରାଇବାକୁ ଲେଖିଛନ୍ତି। ଏହା ସହ ୱାରେଣ୍ଟ ଉପରେ କଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ତାର ଉତ୍ତର ରଖିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଯଦି ଗିରଫ କରିବା ସମ୍ଭବ ନ ହୁଏ ତେବେ କାହିଁକି ଗିରଫ କରା ଗଲା ନାହିଁ ତାର କାରଣ ଦର୍ଶାଇବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଫେବୃଆରୀ ୧୦ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି କୁହାଯାଇଛି।

Leave A Reply

Your email address will not be published.