ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ଅନ୍ତୋଦୟ ଗୃହ ଯୋଜନାରେ ହିତାଧିକାରୀଙ୍କୁ ମିଳିବ ଘର

0

ଭୁବନେଶ୍ବର: ଅନ୍ତୋଦୟ ଗୃହ ଯୋଜନାରେ ମିଳିବ ପକ୍କା ଘର। କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରୀ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା। ୩ ବର୍ଷରେ ୨ ଲକ୍ଷ ୨୫ ହଜାର ହିତାଧିକାରୀଙ୍କୁ ଘର ମିଳିବ। ଜଣେ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ମିଳିବ। ପଏମ୍ ଆବାସ ଯୋଜନାରୁ ବାଦ ଲୋକଙ୍କୁ ମଧ୍ୟ ସାମିଲ କରାଯିବ। ପିଏମ ଆବାସ ଭଳି ଏଥିରେ ମଧ୍ୟ ବୋନସ ପ୍ରଦାନ କରାଯିବ। ୪ ମାସରେ ଘର ସାରିଲେ ୨୦ ହଜାର ବୋନସ ମିଳିବ। ସେହିପରି ୬ ମାସରେ ସାରିଲେ ୧୦ ହଜାର ବୋନସ ମିଳିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ସମାଜର ଦୁର୍ବଳ ବର୍ଗର ଲୋକମାନଙ୍କୁ ପକ୍କାଘର ଯୋଗାଇ ଦେଇ ସେମାନଙ୍କ ଜୀବନ ଧାରଣର ମାନ ପରିବର୍ତ୍ତନ କରିବା ଅନ୍ତୋଦୟ ଗୃହ ଯୋଜନା’ ର ମୂଳ ଲକ୍ଷ୍ୟ। ପ୍ରାକୃତିକ ଅଥବା ମନୁଷ୍ୟକୃତ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ପରିବାର, ବିଭିନ୍ନ ସରକାରୀ ପ୍ରକଳ୍ପ ହେତୁ ବିସ୍ଥାପିତ ହୋଇଥିବା ପରିବାର, ଭିନ୍ନକ୍ଷମ ବ୍ୟକ୍ତି ମୁଖ୍ୟ ଉପାର୍ଜନକାରୀ ହୋଇଥିବା ପରିବାର, ଜଙ୍ଗଲ ଅଧିକାର ଆଇନ ହିତାଧିକାରୀ ପରିବାର ଏବଂ ପ୍ରଚଳିତ ଗୃହ ନିର୍ମାଣ ଯୋଜନାରେ ଉପକୃତ ହୋଇ ନ ଥିବା ଯୋଗ୍ୟ ପରିବାରବର୍ଗଙ୍କୁ ଏହି ଯୋଜନାରେ ପକ୍କାଘର ଯୋଗାଇ ଦିଆଯିବ।

ଏହି ଯୋଜନାରେ ହିତାଧିକାରୀ, ୨୫ ବର୍ଗ ମିଟର ପରିଧି ବିଶିଷ୍ଟ ପକ୍କା ଘର ନିର୍ମାଣ ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ରାଶି ପାଇପାରିବେ। ତିନି ବର୍ଷ ମଧ୍ୟରେ ଏହି ଯୋଜନାରେ ଅନ୍ୟୁନ୍ୟ ୨,୨୫,୦୦୦ ନୂତନ ପକ୍କା ଘର ମଞ୍ଜୁର କରାଯିବ। ପିଏମ ଆବାସ ଭଳି ଏଥିରେ ମଧ୍ୟ ବୋନସ ପ୍ରଦାନ କରାଯିବ। ୪ ମାସରେ ଘର ସାରିଲେ ୨୦ ହଜାର ବୋନସ ମିଳିବ। ସେହିପରି ୬ ମାସରେ ସାରିଲେ ୧୦ ହଜାର ବୋନସ ମିଳିବ। ସ୍ବାମୀ, ସ୍ତ୍ରୀ, ନିର୍ଭରଶୀଳ ବାପା ମାଆଙ୍କୁ ପରିବାର ଗଣାଯିବ। ଏଥିପାଇଁ ରାଜ୍ୟ ସରକାର ୭ ହଜାର ୫୫୦ କୋଟି ବ୍ୟୟ କରିବେ।

Leave A Reply

Your email address will not be published.