ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

୨୦୩୬ ସୁଦ୍ଧା ଗଠନ ହେବ ଗ୍ରେଟର ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ଶୁକ୍ରବାର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନରେ ବିଭାଗର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଉପରେ ସମୀକ୍ଷା ହୋଇଛି। ବିଭାଗ ପକ୍ଷରୁ ବୈଠକରେ ‘ଗ୍ରେଟର ଭୁବନେଶ୍ୱର’ ଗଠନ ସମ୍ପର୍କିତ ତଥ୍ୟ ଉପସ୍ଥାପନ ହୋଇଛି। ମୁଖ୍ୟମନ୍ତ୍ରୀ ବିଭାଗକୁ ଆବଶ୍ୟକୀୟ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, “ବୈଠକରେ ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପକୁ ନେଇ ପ୍ରସ୍ତାବିତ ଅର୍ଥନୈତିକ ରିଜିଅନ ‘ଗ୍ରେଟର ଭୁବନେଶ୍ୱର’ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଛି। ୨୦୩୬ ବିକଶିତ ଓଡିଶା ଗଠନ ପାଇଁ ଉଭୟ ସହରୀକରଣ ଓ ଅର୍ଥନୈତିକ ଦୃଷ୍ଟିକୋଣରୁ ଏହାର ଆବଶ୍ୟକତା ରହିଛି। ସମୁଦାୟ ୮୫୦୦ ବର୍ଗ କିଲୋମିଟର ଅଞ୍ଚଳକୁ ସମାବେଶୀ, ବାସପଯୋଗୀ ଏବଂ ଦୀର୍ଘସ୍ଥାୟୀ ଅର୍ଥନୈତିକ ରିଜିଅନ ଭାବେ ବିକଶିତ କରିବା ପାଇଁ ଯୋଜନା ରହିଛି। ଆଗାମୀ ୫୦ ବର୍ଷକୁ ଆଖି ଆଗରେ ରଖି ଆବଶ୍ୟକସ୍ଥଳେ ଆଉ ଅଧିକ ଅଞ୍ଚଳ ଏଥିରେ ଅନ୍ତର୍ଭୁକ୍ତ କରାଯିବ। ଏଥି ସହିତ ଏହି ପ୍ରକଳ୍ପ ନିର୍ମାଣ ପୂର୍ବରୁ ଅନ୍ୟ ରାଜ୍ୟକୁ ଯାଇ ସେମାନଙ୍କ ଯୋଜନାକୁ ଅନୁଧ୍ୟାନ କରାଯିବ।

Leave A Reply

Your email address will not be published.