ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୨୦୩୬ ସୁଦ୍ଧା ଗଠନ ହେବ ଗ୍ରେଟର ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ଶୁକ୍ରବାର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନରେ ବିଭାଗର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଉପରେ ସମୀକ୍ଷା ହୋଇଛି। ବିଭାଗ ପକ୍ଷରୁ ବୈଠକରେ ‘ଗ୍ରେଟର ଭୁବନେଶ୍ୱର’ ଗଠନ ସମ୍ପର୍କିତ ତଥ୍ୟ ଉପସ୍ଥାପନ ହୋଇଛି। ମୁଖ୍ୟମନ୍ତ୍ରୀ ବିଭାଗକୁ ଆବଶ୍ୟକୀୟ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, “ବୈଠକରେ ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପକୁ ନେଇ ପ୍ରସ୍ତାବିତ ଅର୍ଥନୈତିକ ରିଜିଅନ ‘ଗ୍ରେଟର ଭୁବନେଶ୍ୱର’ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଛି। ୨୦୩୬ ବିକଶିତ ଓଡିଶା ଗଠନ ପାଇଁ ଉଭୟ ସହରୀକରଣ ଓ ଅର୍ଥନୈତିକ ଦୃଷ୍ଟିକୋଣରୁ ଏହାର ଆବଶ୍ୟକତା ରହିଛି। ସମୁଦାୟ ୮୫୦୦ ବର୍ଗ କିଲୋମିଟର ଅଞ୍ଚଳକୁ ସମାବେଶୀ, ବାସପଯୋଗୀ ଏବଂ ଦୀର୍ଘସ୍ଥାୟୀ ଅର୍ଥନୈତିକ ରିଜିଅନ ଭାବେ ବିକଶିତ କରିବା ପାଇଁ ଯୋଜନା ରହିଛି। ଆଗାମୀ ୫୦ ବର୍ଷକୁ ଆଖି ଆଗରେ ରଖି ଆବଶ୍ୟକସ୍ଥଳେ ଆଉ ଅଧିକ ଅଞ୍ଚଳ ଏଥିରେ ଅନ୍ତର୍ଭୁକ୍ତ କରାଯିବ। ଏଥି ସହିତ ଏହି ପ୍ରକଳ୍ପ ନିର୍ମାଣ ପୂର୍ବରୁ ଅନ୍ୟ ରାଜ୍ୟକୁ ଯାଇ ସେମାନଙ୍କ ଯୋଜନାକୁ ଅନୁଧ୍ୟାନ କରାଯିବ।

Leave A Reply

Your email address will not be published.