ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଏୟାରଲିଫ୍ଟି ହେଲେ ଉତ୍ତମ ମହାନ୍ତି

0

ଭୁବନେଶ୍ବର: ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯାଇଛି। ଉତ୍ତମ ମହାନ୍ତିଙ୍କ ଅତି ନିକଟ ସୂତ୍ରରୁ ଏହି ସୂଚନା ମିଳିଛି। ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯାଇଛି। ଉତ୍ତମ ମହାନ୍ତିଙ୍କୁ ଦିଲ୍ଲୀ ନିଆଯାଇଛି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ୱିଟାଲରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଥିଲା। ଆଇସିୟୁରେ ଚିକିତ୍ସା ଚାଲିଥିବା ବେଳେ ସେ ଭେଣ୍ଟିଲେଟରରେ ଥିଲେ। ତେବେ ଏହି ଖବର ଶୁଣି ଅନେକ ଚଳଚ୍ଚିତ୍ର ଦର୍ଶକ ଓ ପ୍ରଶଂସକ ଦୁଃଖ ପ୍ରକାଶ କରିଛନ୍ତି। ଲୋକପ୍ରିୟ ଅଭିନେତା ସୁସ୍ଥ ହୋଇ ଘରକୁ ଫେରନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି। 

ସୂଚନା ଅନୁସାରେ, ଅଭିନେତା ଉତ୍ତମ ମହାନ୍ତି ଫିଲ୍ମର ସୁଟିଂ ପାଇଁ ବାହାରକୁ ଯାଇଥିଲେ। ସେଠାରେ ହିଁ ତାଙ୍କର ଦେହ ହଠାତ ଖରାପ ହୋଇଥିଲା। ତାପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଏବଂ ଏହା ପରେ ଚିକିତ୍ସା ହୋଇ ଘରକୁ ଆସିଥିଲେ। ହେଲେ ଗତକାଲି ପୁଣି ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବା ପରେ ତାଙ୍କୁ ଭୁବନେଶ୍ୱର ସ୍ଥିତ କିମ୍ସରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି।

ଉତ୍ତମ ମହାନ୍ତି ଓଡ଼ିଶା ସିନେ ଇଣ୍ଡଷ୍ଟ୍ରୀ ଜଣେ କିମ୍ବଦନ୍ତୀ ଅଭିନେତା। ୧୯୭୭ରେ ସେ ଅଭିମାନ ଫିଲ୍ମ ଜରିଆରେ ଓଲିଉଡ୍‌ରେ ଡେବ୍ୟୁ କରିଥିଲେ। ମୟୂରଭଞ୍ଜ ଜିଲାର ବାରିପଦାଠାରେ ଜନ୍ମ ହୋଇଥିଲେ ଉତ୍ତମ ମହାନ୍ତି। ସେ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି। ଅଭିନେତ୍ରୀ ଅପରାଜିତାଙ୍କୁ ସେ ବିବାହ କରିଥିଲେ। ଉଭୟଙ୍କ ପୁଅ ବାବୁସାନ ମଧ୍ୟ ଜଣେ ଆଗଧାଡିର ଅଭିନେତା।
ଉତ୍ତମ ମହାନ୍ତିଙ୍କୁ ଚିକିତ୍ସା କରୁଥିବା ଡାକ୍ତର ମନୋଜ ସାହୁ କହିଛନ୍ତି, ଏୟାର ଆମ୍ବୁଲାନ୍ସରେ ଉତ୍ତମ ମହାନ୍ତିଙ୍କୁ ସ୍ଥାନାନ୍ତର ପାଇଁ ବ୍ୟବସ୍ଥା ଚାଲିଛି। କେଉଁଠି ଏୟାର ଆମ୍ବୁଲାନ୍ସ କରାଯିବ କଥାବାର୍ତ୍ତା ଚାଲିଛି। ଭଲରେ କିପରି ସ୍ଥାନାନ୍ତର କରାଯିବ ସେନେଇ ବ୍ୟବସ୍ଥା କରାଯାଉଛି। ୩ରୁ ୪ ଦିନ ହେବ ଉତ୍ତମ ସାର ଚିକିତ୍ସାଧୀନ ଅଛନ୍ତି।

Leave A Reply

Your email address will not be published.