ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିହତ, ୨ ଯବାନ ସହିଦ

0

ଛତିଶଗଡ଼: ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ। ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଛତିଶଗଡ଼ର ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିପାତ ହୋଇଛନ୍ତି।ସେପଟେ ମାଓବାଦୀଙ୍କ ଗୁଳିରେ ୨ ଯବାନ ସହିଦ। ଏଥିସହ ଦୁଇ ଯବାନ ଗୁୁରୁତର ଭାବେ ଆହତ ହୋଇଛନ୍ତି।। ଆହତ ଯବାନଙ୍କୁ ଏୟାରଲିପ୍ଟ କରାଯାଉଛି। ଘଟଣାସ୍ଥଳରେ ଆହୁରି ମାଓବାଦୀ ଲୁଚିଥିବା ସନ୍ଦେହରେ ସର୍ଚ୍ଚ ଅପରେସନ୍ ଜାରି।

ସୂଚନା ଅନୁସାରେ, ବିଜାପୁର ନ୍ୟାସନାଲ ପାର୍କ ଅଞ୍ଚଳରେ ଏହି ଏନକାଉଣ୍ଟର ଘଟିଛି। ଏବେ ବି ଉଭୟ ପକ୍ଷରୁ ଗୁଳି ବିନିମୟ ଚାଲିଥିବାର ସୂଚନା ମିଳିଛି। ସୂରକ୍ଷାକର୍ମୀଙ୍କ କହିବା ଅନୁସାରେ ମାଓବାଦୀଙ୍କ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ। ସେପଟେ ନକ୍ସଲଙ୍କ ମୃତାହତ ନେଇ ଆନୁଷ୍ଠାନିକ ଭାବେ କୌଣସି ସୂଚନା ଦିଆଯାଇନାହିଁ। କିଛି ଦିନ ହେଲା ଛତିଶଗଡ଼ରେ ନକ୍ସଲ ବିରୋଧୀ ଅପରେସନ ଜୋରଦାର ହୋଇଛି। ଜିଲ୍ଲାର ବିଭିନ୍ନ ସ୍ଥାନରେ ଏବେବି କମ୍ବିଂ ଅପରେସନ ଜାରି ରହିଛି।

Leave A Reply

Your email address will not be published.