ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିହତ, ୨ ଯବାନ ସହିଦ

0

ଛତିଶଗଡ଼: ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ। ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଛତିଶଗଡ଼ର ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିପାତ ହୋଇଛନ୍ତି।ସେପଟେ ମାଓବାଦୀଙ୍କ ଗୁଳିରେ ୨ ଯବାନ ସହିଦ। ଏଥିସହ ଦୁଇ ଯବାନ ଗୁୁରୁତର ଭାବେ ଆହତ ହୋଇଛନ୍ତି।। ଆହତ ଯବାନଙ୍କୁ ଏୟାରଲିପ୍ଟ କରାଯାଉଛି। ଘଟଣାସ୍ଥଳରେ ଆହୁରି ମାଓବାଦୀ ଲୁଚିଥିବା ସନ୍ଦେହରେ ସର୍ଚ୍ଚ ଅପରେସନ୍ ଜାରି।

ସୂଚନା ଅନୁସାରେ, ବିଜାପୁର ନ୍ୟାସନାଲ ପାର୍କ ଅଞ୍ଚଳରେ ଏହି ଏନକାଉଣ୍ଟର ଘଟିଛି। ଏବେ ବି ଉଭୟ ପକ୍ଷରୁ ଗୁଳି ବିନିମୟ ଚାଲିଥିବାର ସୂଚନା ମିଳିଛି। ସୂରକ୍ଷାକର୍ମୀଙ୍କ କହିବା ଅନୁସାରେ ମାଓବାଦୀଙ୍କ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ। ସେପଟେ ନକ୍ସଲଙ୍କ ମୃତାହତ ନେଇ ଆନୁଷ୍ଠାନିକ ଭାବେ କୌଣସି ସୂଚନା ଦିଆଯାଇନାହିଁ। କିଛି ଦିନ ହେଲା ଛତିଶଗଡ଼ରେ ନକ୍ସଲ ବିରୋଧୀ ଅପରେସନ ଜୋରଦାର ହୋଇଛି। ଜିଲ୍ଲାର ବିଭିନ୍ନ ସ୍ଥାନରେ ଏବେବି କମ୍ବିଂ ଅପରେସନ ଜାରି ରହିଛି।

Leave A Reply

Your email address will not be published.