ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ମହାକୁମ୍ଭରେ ବୁଡ଼ ପକାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ପ୍ରୟାଗରାଜ: ଆସନ୍ତାକାଲି ସୋମବାର ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ସେ ଆସନ୍ତାକାଲି ଉତ୍ତରପ୍ରଦେଶ ଗସ୍ତ କରିବେ। ମହାକୁମ୍ଭ ମେଳାରେ ୮ ଘଣ୍ଟା ସମୟ ଅତିବାହିତ କରିବେ। ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ।
ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ, ପ୍ରୟାଗରାଜ ଗସ୍ତ ସମୟରେ ରାଷ୍ଟ୍ରପତି ପବିତ୍ର ସ୍ନାନ କରି ସଙ୍ଗମରେ ପୂଜାର୍ଚ୍ଚନା କରିବେ, ଅକ୍ଷୟବଟ ଓ ହନୁମାନ ମନ୍ଦିରରେ ପୂଜା ଓ ଦର୍ଶନ କରିବେ ଏବଂ ଡିଜିଟାଲ କୁମ୍ଭ ଅନୁଭବ କେନ୍ଦ୍ର ପରିଦର୍ଶନ କରିବେ।

ପୌଷ ପୂର୍ଣ୍ଣିମା (ଜାନୁଆରୀ ୧୩)ରୁ ଆରମ୍ଭ ହୋଇଥିବା ବିଶ୍ୱର ସର୍ବବୃହତ ଆଧ୍ୟାତ୍ମିକ ଓ ସାଂସ୍କୃତିକ ସମାବେଶ ମହାକୁମ୍ଭ ସାରା ବିଶ୍ୱରୁ ଶ୍ରଦ୍ଧାଳୁଙ୍କୁ ଆକୃଷ୍ଟ କରିଥାଏ। ଏହା ଫେବ୍ରୁଆରି ୨୬ ମହାଶିବରାତ୍ରୀ ପର୍ଯ୍ୟନ୍ତ ଚାଲିବ।

Leave A Reply

Your email address will not be published.