ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

ସଙ୍ଗମରେ ବୁଡ଼ ପକାଇଲେ ରାଷ୍ଟ୍ରପତି

0

ନୂଆଦିଲ୍ଲୀ: ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ମହାକୁମ୍ଭରେ ବୁଡ଼ ପକାଇଛନ୍ତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ବୁଡ଼ ପକାଇବା ପରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରି ପୂଜା ମଧ୍ୟ କରିଥିଲେ।। ରାଷ୍ଟ୍ରପତିଙ୍କ ସହ ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ଥିଲେ।

ଏହା ପୂର୍ବରୁ ରାଷ୍ଟ୍ରପତି ବାମରୌଲି ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ବାାଗତ କରିଥିଲେ। ସେଠାରୁ ସେ ଆରାଇଲରେ ପହଞ୍ଚିଲେ, ତା’ପରେ ଏକ ଡଙ୍ଗାରେ ଚଢ଼ି ମୁଖ୍ୟମନ୍ତ୍ରୀ ଯୋଗୀ ଏବଂ ରାଜ୍ୟପାଳଙ୍କ ସହିତ ସଙ୍ଗମରେ ପହଞ୍ଚି ସ୍ନାନ କଲେ। ଏହି ସମୟରେ ସେ ପକ୍ଷୀମାନଙ୍କୁ ଶସ୍ୟ ମଧ୍ୟ ଖୁଆଇଥିଲେ।

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରୟାଗରାଜରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ମହାକୁମ୍ଭରେ ଅନେକ ନେତା, ମନ୍ତ୍ରୀ, ସେଲିବ୍ରିଟି ଓ ନାମୀଦାମୀ ଲୋକ ବୁଡ଼ ପକାଇ ସାରିଛନ୍ତି। ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମହାକୁମ୍ଭରେ ବୁଡ଼ ପକାଇଥିଲେ।

Leave A Reply

Your email address will not be published.