ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବାଇକକୁ ପିଟିଲା କାର୍‌: ୩ ଯୁବକ ମୃତ

0

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ବଡ଼ଗଡ଼ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର୍‌-ବାଇକ ଧକ୍କାରେ ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ହେଲେ ୩ଜଣ ଯୁବକ ଜିଜିପି କଲୋନୀରେ ରହୁଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ,ଗତକାଲି ବିଳମ୍ବିତ ରାତିରେ କାରଟି ଜଗତସିଂହପୁରରୁ ପୁରୀ ଅଭିମୁଖେ ଯାଉଥିଲା। ଏହି ସମୟରେ ଭୁବନେଶ୍ୱର ଟଙ୍କପାଣି ସାଇ ମନ୍ଦିର ନିକଟରେ ବୀପରିତ ଦିଗରୁ ଆସୁଥିବା ବାଇକ୍ ସହ କାର୍‌ର ଧକ୍କା ହୋଇଥିଲା। ଫଳରେ ବାଇକ୍‌ରେ ଥିବା ୩ଜଣ ଯୁବକ ଗୁରୁତର ଆହତ ହୋଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନେଇଥିଲା। ସେଠାରେ ଡାକ୍ତର ୩ଜଣ ଯୁବକଙ୍କୁ ମୃତ ଘୋଷଣା କରିଥିଲେ। ହେଲେ କାର୍‌ରେ ଥିବା ୨ ଜଣଙ୍କର କିଛି ହୋଇ ନଥିଲା। ଦୁର୍ଘଟଣା ପରେ କାର୍‌ ଡ୍ରାଇଭର ଫେରାର ହୋଇଯାଇଥିଲା ବେଳେ ବଡ଼ଗଡ଼ ପୋଲିସ କାର ମାଲିକଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏଥିସହ ମୃତ ଯୁବକଙ୍କ ସଂପର୍କୀୟଙ୍କୁ ଖବର ଦେଇଛି ଓ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Leave A Reply

Your email address will not be published.