ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ବାଇକକୁ ପିଟିଲା କାର୍‌: ୩ ଯୁବକ ମୃତ

0

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ବଡ଼ଗଡ଼ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର୍‌-ବାଇକ ଧକ୍କାରେ ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ହେଲେ ୩ଜଣ ଯୁବକ ଜିଜିପି କଲୋନୀରେ ରହୁଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ,ଗତକାଲି ବିଳମ୍ବିତ ରାତିରେ କାରଟି ଜଗତସିଂହପୁରରୁ ପୁରୀ ଅଭିମୁଖେ ଯାଉଥିଲା। ଏହି ସମୟରେ ଭୁବନେଶ୍ୱର ଟଙ୍କପାଣି ସାଇ ମନ୍ଦିର ନିକଟରେ ବୀପରିତ ଦିଗରୁ ଆସୁଥିବା ବାଇକ୍ ସହ କାର୍‌ର ଧକ୍କା ହୋଇଥିଲା। ଫଳରେ ବାଇକ୍‌ରେ ଥିବା ୩ଜଣ ଯୁବକ ଗୁରୁତର ଆହତ ହୋଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନେଇଥିଲା। ସେଠାରେ ଡାକ୍ତର ୩ଜଣ ଯୁବକଙ୍କୁ ମୃତ ଘୋଷଣା କରିଥିଲେ। ହେଲେ କାର୍‌ରେ ଥିବା ୨ ଜଣଙ୍କର କିଛି ହୋଇ ନଥିଲା। ଦୁର୍ଘଟଣା ପରେ କାର୍‌ ଡ୍ରାଇଭର ଫେରାର ହୋଇଯାଇଥିଲା ବେଳେ ବଡ଼ଗଡ଼ ପୋଲିସ କାର ମାଲିକଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏଥିସହ ମୃତ ଯୁବକଙ୍କ ସଂପର୍କୀୟଙ୍କୁ ଖବର ଦେଇଛି ଓ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Leave A Reply

Your email address will not be published.